ସୁବର୍ଣ୍ଣରେଖା ବନ୍ଦରକୁ ବିରୋଧ: ଭିଟାମାଟି ସୁରକ୍ଷା କମିଟି ପକ୍ଷରୁ ଶୋଭାଯାତ୍ରା

ବାଲିଆପାଳ,୧୯।୧୦(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଚୌମୁଖଠାରେ ନିର୍ମାଣ ହେବାକୁ ଯାଉଥିବା ସୁବର୍ଣ୍ଣରେଖା ବନ୍ଦରକୁ ବିରୋଧ କରି ଶନିବାର ଭିଟାମାଟି ସୁରକ୍ଷା କମିଟି ପକ୍ଷରୁ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିଲା। ଏହାପରେ ତହସିଲ ସମ୍ମୁଖରେ ପ୍ରତିବାଦ ସଭା କରାଯାଇଥିଲା। ବନ୍ଦର ଦ୍ୱାରା କ୍ଷତିଗ୍ରସ୍ତ ହେବାକୁ ଯାଉଥିବା ଚୌମୁଖ ଏବଂ ଆଖପାଖ ଅଞ୍ଚଳର ଜନସାଧାରଣ ଖଗଡ଼େଶ୍ୱର ମହାଦେବ ମନ୍ଦିରଠାରୁ ଏକ ନୀରବ ଶୋଭାଯାତ୍ରାରେ ବାଲିଆପାଳ ତହସିଲ ପର୍ଯ୍ୟନ୍ତ ଆସିଥିଲେ। ସେଠାରେ ଆୟୋଜିତ ପ୍ରତିବାଦ ସଭାରେ ଭିଟାମାଟି ସୁରକ୍ଷା କମିଟିର ଆବାହକ ଅରୁଣ ଜେନା ଅଧ୍ୟକ୍ଷତା କରି ଏହି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ, ଜନତାଙ୍କ ନ୍ୟାର୍ଯ୍ୟ ଦାବି ଏବଂ ସ୍ବରକୁ ପ୍ରଶାସନ କମ୍ପାନୀର ଚପାଇ ଦେବା ପାଇଁ ହୀନ ଉଦ୍ୟମ କରୁଛି, ଏପରିକି ଆଜିର ସଭା ପାଇଁ ମାଇକ୍‌ ପାଇଁ ଅନୁମତି ନ ଦେବା ପରିତାପ ବିଷୟ ବୋଲି କହିଥିଲେ।
ବରିଷ୍ଠ ଖବରଦାତା ରବି ଦାସ ମୁଖ୍ୟଅତିଥି, ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ ମୁଖ୍ୟବକ୍ତା, ବିଶିଷ୍ଟ ପରିବେଶବିତ୍‌ ତଥା ଗ୍ରୀନ ନୋବେଲ ବିଜେତା ପ୍ରଫୁଲ୍ଲ ସାମନ୍ତରା, ପୂର୍ବତନ ଛତ୍ରପୁର ବିଧାୟକ ରାଧାକୃଷ୍ଣ ସେଠୀ, ମହେନ୍ଦ୍ର ପରିଡ଼ା, ବିଧାନ ରାୟ, ଆକବର ସାହା, ଚୌମୁଖର ପୂର୍ବତନ ସରପଞ୍ଚ ନାରାୟଣ ଖଟୁଆ ପ୍ରମୁଖ ଯୋଗଦେଇ ରାଜ୍ୟ ସରକାର ସମୁଦ୍ର ଉପକୂଳର ଉର୍ବର ଜମିକୁ କମ୍ପାନୀ ହାତରେ ଟେକିଦେବା ସହିତ ଲୋକଙ୍କର ଜୀବନଜୀବିକାକୁ ଛଡ଼ାଇ ନେବାକୁ ଚକ୍ରାନ୍ତ କରୁଛି। ବହୁବର୍ଷ ପୂର୍ବରୁ ମଧ୍ୟ ସରକାର ଏହି ଅଞ୍ଚଳରେ ଘାଟି ସ୍ଥାପନକୁ ସ୍ବର୍ଗତ ଗଦାଧର ଗିରି, ବିଜୁ ପଟ୍ଟନାୟକ ସଂଗ୍ରାମ କରି ମାଟିକୁ ରକ୍ଷା କରିଥିଲା ବେଳେ ଏବର ସରକାର ପୂର୍ବ ଇତିହାସକୁ ନ ଜାଣି ଭୁଲ୍‌ ରାସ୍ତାରେ ଯାଉଥିବାରୁ ଏହା ବିରୋଧରେ ଜନଆନ୍ଦୋଳନ ହେବ ବୋଲି ଚେତାବନୀ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭିଟାମାଟି ସୁରକ୍ଷା କମିଟି ସଭାପତି ଲକ୍ଷ୍ମୀକାନ୍ତ ଖଟୁଆ, ଉପସଭାପତି ରମଣିକାନ୍ତ ମଣ୍ଡଳ, ସାଧାରଣ ସମ୍ପାଦକ ସୁବସ ଚୌଧୁରୀ, ବାଲିଆପାଳ ସୂଚନା ଅଧିକାର ସଂଘର ସଭାପତି ଅନୁଜ ମହାପାତ୍ର, ଗଣଚେତନା ମଞ୍ଚର କୁଶଧ୍ୱଜ ଜେନା ପ୍ରମୁଖ ବକ୍ତବ୍ୟରେ ବନ୍ଦର ନିର୍ମାଣକୁ ବିରୋଧ କରିବା ପାଇଁ ଆହ୍ବାନ ଦେଇଥିଲେ। ପରେ ଏକ ପ୍ରତିନିଧିମଣ୍ଡଳ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ବାଲିଆପାଳର ଅତିରିକ୍ତ ତହସିଲଦାରଙ୍କୁ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ମଣିଷଙ୍କ ମୁହଁ ଦେଖି ଆବେଗ ବୁଝିପାରନ୍ତି କୁକୁର

ବର୍ଲିନ,୧୨।୮(ରଏଟର୍ସ): କୁକୁର ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଇଥାଏ। ତେବେ ନିକଟରେ ୟୁନିଭର୍ସିଟି ଅଫ୍‌ ଭିଏନାର ଗବେଷକମାନେ କରିଥିବା ଏକ ଗବେଷଣାରୁ ଜଣାପଡ଼ିଛି, କୁକୁରମାନେ ଲୋକଙ୍କ ମୁହଁ…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri