ସୁବର୍ଣ୍ଣ ଲୋକ ମହୋତ୍ସବ: ଲୋକନୃତ୍ୟର ତାଳରେ ଝୁମିଲେ ଦର୍ଶକ

ସୋନପୁର, ୯।୧(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ଚାଲିଥିବା ସୁବର୍ଣ୍ଣ ଲୋକ ମହୋତ୍ସବର ବୁଧବାର ଥିଲା ଦ୍ୱିତୀୟ ସନ୍ଧ୍ୟା। ଗାନ୍ଧୀ ପଡିଆସ୍ଥିତ ଫକୀର ପଟ୍ଟନାୟକ ମୁକ୍ତମଞ୍ଚରେ ଏହି ମହୋତ୍ସବ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ସୁବର୍ଣ୍ଣପୁର ସଙ୍ଗୀତ ମହାବିଦ୍ୟାଳୟର ଛାତ୍ରୀଙ୍କ ଓଡିଶୀ ନୃତ୍ୟରୁ ଆରମ୍ଭ ହୋଇଥିଲା ସାଂସ୍କୃତିକ ସନ୍ଧ୍ୟା। ଏହା ପରେ ଓଡିଶୀ ନୃତ୍ୟାଙ୍ଗନା ଅନୁଷ୍ଠାନ ଭୁବନେଶ୍ୱରର ଦଶ ମହାବିଦ୍ୟା ଦୁର୍ଗାସ୍ତୁତି ନୃତ୍ୟ, ଉତ୍ତରପ୍ରଦେଶ ମଥୁରା ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ, ବିନିକାର ରୁମକୁ ଝୁମାନାର ଭମରାରୀ ନୃତ୍ୟ, ଆସାମର ବିହୁ, ପଶ୍ଚିମବଙ୍ଗ ପୁରୁଲିଆର ଛଉ, ସମ୍ବଲପୁର ରଙ୍ଗ ଫରୁଆର କଳାକାରଙ୍କ ସମ୍ବଲପୁରୀ ନୃତ୍ୟ, ହରିଆନାର ହରିଆନା ଡ୍ୟାନ୍ସ ଗ୍ରୁପ୍‌, ଫୁଲବାଣୀର ନଟରାଜ କଳାପରିଷଦର ଓଡିଶୀ ଓ ବରଗଡ କଳାଜୀବୀ ଅନୁଷ୍ଠାନର କଳାକାରଙ୍କ ସମ୍ବଲପୁରୀ ଲୋକନୃତ୍ୟ ଓ ବାଦ୍ୟର ତାଳରେ ଦର୍ଶକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଝୁମିଥିଲେ। ସନ୍ଧ୍ୟାରେ ଅନୁଷ୍ଠିତ ସାଂସ୍କୃତିକ ସନ୍ଧ୍ୟାରେ ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ ଜିଲା ପରିଷଦ ଅଧ୍ୟକ୍ଷ ଉଷା କୁମାରୀ। କୁମାରୀ ତାଙ୍କ ବକ୍ତବ୍ୟରେ ସୁବର୍ଣ୍ଣପୁର ଜିଲାର କଳା, ସଂସ୍କୃତି ଓ ପରମ୍ପରାର ଉଚ୍ଚ ପ୍ରଶଂସା କରିଥିଲେ। ସେ କହିଥିଲେ ଜିଲାର କୃତି ପ୍ରତିଭା ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଦେଖାଇ ପ୍ରଶଂସିତ ହୋଇ ପାରିଛନ୍ତି। ସଂସ୍କୃତି ଓ କଳାରେ ଏହି ଜିଲା ବେଶ ସମୃଦ୍ଧ। ସମସ୍ତଙ୍କ ସହଯୋଗରେ ହିଁ ଜିଲାର ବିକାଶମୂୂଳକ କାର୍ଯ୍ୟକ୍ରମ ତ୍ୱରାନ୍ବିତ ହୋଇପାରିବ। ସୋନପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ମନ୍ଦିକିନୀ ନାଗ, ଉଲୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ମିତାଲି ମହାକୁର, ବିନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ ଅଶୋକ ନନ୍ଦ ଓ ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅଧ୍ୟକ୍ଷ ମକରଧ୍ୱଜ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଅତିଥିବୃନ୍ଦ ସେମାନଙ୍କ ବକ୍ତବ୍ୟରେ ମିଳିମିଶି ଜିଲାର ପ୍ରଗତିକୁ ଆହୁରି ଆଗକୁ ନେବାକୁ ଆହ୍ବାନ ଦେଇଥିଲେ। ଅତିରିକ୍ତ ଜିଲାପାଳ ପଣ୍ଡା ତାଙ୍କ ବକ୍ତବ୍ୟରେ କହିଥିଲେ ଯେଉଁ ଜାତିର ଐତିହ୍ୟ, କଳା, ସାହିତ୍ୟ, ସଂସ୍କୃତି ଓ ପରମ୍ପରା ଯେତେ ସମୃଦ୍ଧ, ସେ ଜାତି ସେତେ ସମ୍ପନ୍ନ। ଆମର ସଂସ୍କୃତି ମହାନ। ଏହି ସଂସ୍କୃତିକୁ କାହାରି ଉପରେ ଥୋପି ଦିଆ ଯାଏନି ବୋଲି ସେ କହିଥିଲେ। ଆଞ୍ଚଳିକ ପରିବହନ ଅଧିକାରୀ ରବିନ ପଟ୍ଟନାୟକ ସଡକ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନତା ବାର୍ତ୍ତା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?