ସୁମନଙ୍କୁ ‘ଏଆର୍‌ ମିସେସ୍‌ ଇଣ୍ଡିଆ ଓଡ଼ିଶା’ ଟାଇଟଲ

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ଦେଶର ଅନ୍ୟତମ ଲୋକପ୍ରିୟ ବ୍ୟୁଟି ପାଜେଣ୍ଟ ‘ଏଆର୍‌ ମିସେସ୍‌ ଇଣ୍ଡିଆ’ର ୨୦୧୯ ସଂସ୍କରଣ ପାଇଁ ନିକଟରେ ଦେଶର ବିଭିନ୍ନ ସହରରେ ଅଡିଶନ୍‌ ଶେଷ ହୋଇଛି। ଏହାସହ ବିଭିନ୍ନ ରାଜ୍ୟ ପାଇଁ ବିଜେତାଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି। ଓଡ଼ିଶାର ସୁମନ ମିଶ୍ର ଚଳିତବର୍ଷ ପାଇଁ ଏଆର୍‌ ମିସେସ୍‌ ଇଣ୍ଡିଆ ୨୦୧୯ର ଷ୍ଟେଟ୍‌ ଓ୍ବିନର୍‌ ଭାବେ ଘୋଷିତ ହୋଇଥିବାବେଳେ ତାଙ୍କୁ ମିଳିଛି ‘ଏଆର୍‌ ମିସେସ୍‌ ଇଣ୍ଡିଆ ଓଡ଼ିଶା’ ଟାଇଟଲ। ରାଜଧାନୀ ବାସିନ୍ଦା ଦିବାକର ମିଶ୍ରଙ୍କ ନାତୁଣୀ ସୁମନ ରାଜ୍ୟସ୍ତରରେ ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ ଏହି ଟାଇଟଲ ହାସଲ କରିଛନ୍ତି। ଏହି ପ୍ରତିଯୋଗିତାରେ ସମଗ୍ର ଦେଶରୁ ମୋଟ ୫୦୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିବାବେଳେ ସେମାନଙ୍କ ମଧ୍ୟରୁ ମାତ୍ର ୬୦ ପ୍ରତିଯୋଗୀଙ୍କୁ ଫିନାଲେ ଟିକେଟ୍‌ ମିଳିଛି। ଏହି ୬୦ ପ୍ରତିଯୋଗୀଙ୍କୁ ନେଇ ମୁମ୍ବାଇରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ ଶ୍ରେଷ୍ଠ ବିବେଚିତ ହୋଇ ସୁମନ ଶ୍ରେଷ୍ଠ ୧୦ ପ୍ରତିଯୋଗୀଙ୍କ ମଧ୍ୟରେ ରହିବାରେ ସଫଳ ହୋଇଛନ୍ତି। ସୁମନଙ୍କ ବ୍ୟତୀତ ଓଡ଼ିଶାର ଆଉ ଜଣେ ପ୍ରତିଯୋଗୀ ସୁଚରିତା ଲେଙ୍କା ‘ଏଆର୍‌ ମିସେସ୍‌ ର଼୍ୟାମ୍ପ୍‌ଓ୍ବାକ୍‌’ ଟାଇଟଲ୍‌ ଜିତିବାର ଗୌରବ ଅର୍ଜନ କରିଛନ୍ତି। ସେହିଭଳି ଭୁବନେଶ୍ୱର ସିଟି ଅଡିଶନ୍‌ରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରି ନୀତୁ ଅଗ୍ରଓ୍ବାଲ୍‌ ‘ଏଆର୍‌ ମିସେସ୍‌ ଇଣ୍ଡିଆ ଭୁବନେଶ୍ୱର’ ଟାଇଟଲ ଜିତିବାରେ ସଫଳ ହୋଇଛନ୍ତି। ମୁମ୍ବାଇର ଏଆର୍‌ ଏଣ୍ଟରଟେନ୍‌ମେଣ୍ଟ ଗ୍ରୁପ୍‌ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତା ପାଇଁ ଦେଶର ୨୨ ସହରରେ ଅଡିଶନ୍‌ ଅନୁଷ୍ଠିତ ହୋଇଥିଲା। ଖୁବଶୀଘ୍ର ଏହାର ଗ୍ରାଣ୍ଡ୍‌ ଫିନାଲେ ମୁମ୍ବାଇରେ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri