Posted inଖେଳ

ସୁଯୋଗ ହାତଛଡ଼ା କଲା ଓଡ଼ିଶା

ଭୁବନେଶ୍ୱର,୨୦।୨- ଦୁଇ ବର୍ଷ ପରେ ରଣଜୀ କ୍ୱାର୍ଟର ଫାଇନାଲ ଖେଳୁଥିବା ଓଡ଼ିଶା ଦଳ ବେଙ୍ଗଲ ବିପକ୍ଷ ମ୍ୟାଚ୍‌ର ପ୍ରଥମ ଦିନ ଏକ ସୁବର୍ଣ୍ଣ ସୁଯୋଗ ହାତଛଡ଼ା କରିଛି। ଓଡ଼ିଶା ଦଳର ଅଧିନାୟକ ଶୁଭ୍ରାଂଶୁ ଶେଖର ସେନାପତି ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ତାଙ୍କ ନିଷ୍ପତ୍ତିକୁ ସଠିକ୍‌ ପ୍ରମାଣ କରିଥିଲେ ଓଡ଼ିଶା ପେସର। ବେଙ୍ଗଲ ଦଳ ଏକଦା ୧୪୧ ରନ୍‌ରେ ୬ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ଲାଗୁଥିଲା ଦଳ ଶୀଘ୍ର ଅଲଆଉଟ୍‌ ହୋଇଯିବ। କିନ୍ତୁ ଅନୁସ୍ତୁପ ମଜୁମଦାର ଓ ଶାହବାଜ ଅହମ୍ମଦଙ୍କ ଯୋଡ଼ି ଆଉ ଓଡ଼ିଆ ବୋଲରଙ୍କୁ ଉଇକେଟ ଦେଇ ନ ଥିଲେ। ଦୁହେଁ ଅପରାଜିତ ସପ୍ତମ ଉଇକେଟ ପାଇଁ ୧୬୭ ରନ୍‌ର ଭାଗୀଦାରି କରିଛନ୍ତି। ଫଳରେ ବେଙ୍ଗଲ ଦିବସ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ୬ ଉଇକେଟ ହରାଇ ୩୦୮ ରନ୍‌ କରିଛି। ଅନୁସ୍ତୁପ ୧୩୬ ଓ ଶାହବାଜ ୮୨ ରନ୍‌ କରି ଅପରାଜିତ ରହିଛନ୍ତି। ଓଡ଼ିଶା ପକ୍ଷରୁ ବୋଲିଂରେ ସୂର୍ଯ୍ୟକାନ୍ତ ପ୍ରଧାନ, କନଓ୍ବାର ସିଂ ଚୌହ୍ବାନ ଦୁଇ ଲେଖାଏ ଏବଂ ମସନ୍ତ ମହାନ୍ତି ଓ ଦେବବ୍ରତ ପ୍ରଧାନ ପ୍ରତ୍ୟେକ ଗୋଟିଏ ଉଇକେଟ ଅକ୍ତିଆର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri