ସୁରକ୍ଷାକର୍ମୀଙ୍କୁ ଟ୍ରକ ଚପାଇ ହତ୍ୟା ଉଦ୍ୟମ: ଟ୍ରକ ଜବତ, ଚାଳକ ଗିରଫ

ବଡବିଲ, ୫।୩(ସ୍ବ.ପ୍ର.)-ଦୁଇ ଜଣ ସୁରକ୍ଷାକର୍ମୀଙ୍କୁ ଟ୍ରକ ଚପାଇ ହତ୍ୟା ଉଦ୍ୟମ କରାଯିବା ଅଭିଯୋଗକ୍ରମେ କେନ୍ଦୁଝର ଜିଲା ବଡବିଲ ଥାନା ପୋଲିସ ଏକ ମାମଲା ରୁଜୁ କରି ଟ୍ରକ୍‌କୁ ଜବତ କରିବା ସହ ଡ୍ରାଇଭର ଜୁଲୁ ବେହେରାଙ୍କୁ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ ମଙ୍ଗଳବାର ବିଳମ୍ବିତ ରାତିରେ ଓଡି୦୪ଏଚ୦୦୩୭ ନମ୍ବର ବିଶିଷ୍ଟ ଟ୍ରକ ଭଦ୍ରାସାହି ପଟୁ ରୁଗୁଡି ଅଭିମୁଖେ ଯାଉଥିଲା। ଟଂଟୋ ନିକଟରେ ଟ୍ରକଟି ପହଞ୍ଚିବା ପରେ ସେଠାରେ ନିୟୋଜିତ ଘରୋଇ କମ୍ପାନୀ ସୁରକ୍ଷାକର୍ମୀ ଏହାକୁ ଅଟକାଇଥିଲେ। ଏହି ସମୟରେ ଟ୍ରକ ଚାଳକ ସେମାନଙ୍କ ଉପରେ ଟ୍ରକ ଚପାଇ ଦେବାକୁ ଉଦ୍ୟମ କରିଥିଲେ। ଏ ସମ୍ପର୍କରେ ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକଟିକୁ ଜବତ କରିବା ସହ ଚାଳକ ଜୁଲଙ୍କୁ ଗିରଫ କରିଥିଲେ। ଏ ନେଇ ଥାନାରେ ଦଫା ୩୦୭ରେ ଏକ ମାମଲା (ନଂ ୩୦/୨୦୨୦) ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ କରାଯାଇଛି ବୋଲି ବଡବିଲ ଥାନା ଆଇଆଇସି ସୁଶାନ୍ତ ଦାଶ କହିଛନ୍ତି। ଅନ୍ୟପକ୍ଷେ ଘଟଣାକୁ ଭିନ୍ନ ରୂପ ଦେବାପାଇଁ ସେଠାରେ ଟ୍ରକ ଚାଳକ କିମ୍ବା କେହି ଟ୍ରକ ଉପରକୁ ଗୁଳିମାଡ଼ କରିଥିବା ସୁରକ୍ଷାକର୍ମୀ ଦର୍ଶାଇଛନ୍ତି। ଟ୍ରକର ସମ୍ମୁଖ ଭାଗ କାଚରେ ଦୁଇଟି ଗୁଳି ମାଡ଼ର ଚିହ୍ନ ରହିଛି। ତେବେ ବନ୍ଧୁକ କିମ୍ବା ଗୁଳି ମିଳି ନ ଥିବାରୁ ଏଭଳି ଅଭିଯୋଗର ସତ୍ୟତା ନେଇ ପୋଲିସ ସନ୍ଦେହ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri