ସୁରକ୍ଷାକର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ

ଯୋଡ଼ା,୫।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ଟାଟାଷ୍ଟିଲ ପୂର୍ବଯୋଡ଼ା ଲୌହଖଣିରେ କାର୍ଯ୍ୟରତ ଜଣେ ସୁରକ୍ଷାକର୍ମୀଙ୍କୁ ଦୁର୍ବୃତ୍ତମାନେ ସଂଘବଦ୍ଧ ଆକ୍ରମଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଆକ୍ରମଣର ଶିକାର ହୋଇଥିବା  ସୁଜିତ କୁମାର ପ୍ରଧାନ ଅଭିଯୋଗରେ କହିଛନ୍ତି ଯେ, ସେ ଉକ୍ତ ଖଣିର ଏକ ଠିକାସଂସ୍ଥାର ସୁରକ୍ଷାକର୍ମୀ ଭାବେ ବେଲ୍ଟ ଲାଇନରେ ଶୁକ୍ରବାର କାର୍ଯ୍ୟ କରୁଥିଲେ। ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ସେଠାକୁ ଚୋରି କରିବା ଉଦ୍ଦେଶ୍ୟରେ ଆସି ତାଙ୍କୁ ଲୁହାରଡ଼ରେ ଆକ୍ରମଣ କରିଥିଲେ। ସେମାନଙ୍କୁ ସାମ୍ନା କଲାବେଳେ ଆକ୍ରମଣରେ ସୁଜିତଙ୍କର ଦୁଇ ହାତ ଭାଙ୍ଗିଯାଇଛି। ତାଙ୍କ ସହିତ ଥିବା ଅନ୍ୟ ସୁରକ୍ଷାକର୍ମୀମାନେ ଆକ୍ରମଣବେଳେ ସେଠାରୁ ଛତ୍ରଭଙ୍ଗ ଦେଇଥିଲେ। ପରେ ସୁରକ୍ଷାକର୍ମୀଙ୍କ ପେଟ୍ରୋଲିଂ ଗାଡ଼ିରେ ତାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ଟାଟାଷ୍ଟିଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଯୋଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri