ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ:ଜଣେ ଯବାନ ଶହୀଦ

ମାଲକାନଗିରି/ଖଇରପୁଟ/ମାଥିଲି,୨୮।୮(ଡି.ଏନ୍‌.ଏ./ସ୍ବ.ପ୍ର) :
ମାଲକାନଗିରି ଜିଲା ମୁଦୁଲିପଡା ଥାନା ଅନ୍ତର୍ଗତ ବଣ୍ଡାଘାଟି କଦମଗୁଡା ଗ୍ରାମ ନିକଟ ଡାବୁଗୁଡ଼ା ଓ ସୋନୁଗୁଡ଼ା ଜଙ୍ଗଲରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ଯବାନ ଶହୀଦ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତ ଯବାନ ହେଲେ ଜୟରାମ କବାସୀ। ଅପରପକ୍ଷେ ଯବାନଙ୍କ ଗୁଳିରେ ଜଣେ ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି।
ସୂନାନୁଯାୟୀ, ଉକ୍ତ ଜଙ୍ଗଲରେ ୫୦ରୁ ଊର୍ଦ୍ଧ୍ୱ ମାଓବାଦୀଙ୍କ ଏକ ମେଳି ହେଉଥିବା ମାଲକାନଗିରି ପୋଲିସ ଖବର ପାଇଥିଲା। ଏସ୍‌ପି ହୃଷୀକେଶ ଡି. ଖିଲାରିଙ୍କ ନେତୃତ୍ୱରେ ଏସ୍‌ଓଜି ଓ ଡିବିଏଫ୍‌ ଯବାନମାନେ ମଙ୍ଗଳବାର ରାତ୍ରରେ ସେହି ଅଞ୍ଚଳକୁ ଘେରାଉ କରି ରଖିଥିଲେ। ମାଓବାଦୀମାନେ ପୋଲିସ ଆସିବାର ଖବର ପାଇ ସୁରକ୍ଷା କର୍ମୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ତରଫରୁ ପାଲଟା ଗୁଳିଚାଳନା କରାଯାଇଥିଲା। ତେବେ ଉଭୟଙ୍କ ମଧ୍ୟରେ ଏହି ଗୁଳି ବିନିମୟରେ ଜୟରାମଙ୍କ ମୃତ୍ୟୁ ଘଟିଥିବା ବେଳେ ରାମ ଦୁରୁଆ ନାମକ ଜଣେ ଯବାନ ଗୁରୁତର ଆହତ ହୋଇଛନ୍ତି। ଭୋର ୫ଟାରେ ଉଭୟ ଯବାନଙ୍କୁ ମାଥିଲି ଡାକ୍ତରଖାନାକୁ ଅଣାଯାଇ ଆଶୁ ଚିକିତ୍ସା ପରେ ମାଲକାନଗିରି ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ଜୟରାମଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁତର ରାମଙ୍କୁ ହେଲିକପ୍ଟର ଯୋଗେ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଥିଲେ ମଧ୍ୟ ଠିକ ତଥ୍ୟ ପୋଲିସ ପକ୍ଷରୁ ମିଳିପାରିନାହିଁ। ସେହି ଅଞ୍ଚଳରେ ଅନେକ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରି ପୋଲିସ କୋମ୍ବିଂ ଅପରେଶନକୁ ଜୋରଦାର କରିଛି। ଘଟଣାସ୍ଥଳରୁ ଏକେ ୪୭ ରାଇଫଲ୍‌, ଅନେକ ଗୁଳି ଓ ମାଓ ସାମଗ୍ରୀ ସୁରକ୍ଷାକର୍ମୀମାନେ ଜବତ କରିଛନ୍ତି। ଏ ସମ୍ବନ୍ଧରେ ମାଲକାନଗିରି ଏସ୍‌ପି ଖିଲାରି ସବିଶେଷ ସୂଚନା ଗଣମାଧ୍ୟମକୁ ପରେ ପ୍ରଦାନ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri