ସୁରକ୍ଷା ଦାବିରେ ଆନ୍ଦୋଳନ କରିବ ବିଏଡ୍‌ ଶିକ୍ଷକ ସଂଘ

ଭୁବନେଶ୍ୱର,୫।୭(ବ୍ୟୁରୋ) : ରାଜ୍ୟରେ ଦିନକୁ ଦିନ ଶିକ୍ଷୟିତ୍ରୀ-ଶିକ୍ଷକଙ୍କ ଉପରେ ଆକ୍ରମଣ ବଢ଼ିଚାଲିଛି। କଟକ ଜିଲା ନିଆଳି ବ୍ଲକ ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିସ୍ମିତା ମୁଦୁଲିଙ୍କୁ ଆକ୍ରମଣ ହୋଇଛି। ଶିକ୍ଷୟିତ୍ରୀ ଜଣକ ଏବେ ମରଣ ସହ ଲଢେଇ କରୁଛନ୍ତି। ରାଜ୍ୟ ବିଏଡ୍‌ ଶିକ୍ଷକ ସଂଘ ଏହି ଘଟଣାକୁ ତୀବ୍ର ନିନ୍ଦା କରିଛି। ଶିକ୍ଷକମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ସରକାର ତୁରନ୍ତ ସବୁ ବିଦ୍ୟାଳୟରେ ସୁରକ୍ଷା ପ୍ରାଚୀର ନିର୍ମାଣ କରିବା ଆବଶ୍ୟକ ବୋଲି ସଂଘ ଦାବି କରିଛି। ଏହାଛଡ଼ା ଶିକ୍ଷାସହାୟକମାନଙ୍କ ନିୟମିତ ଦରମା ନ କରିବା ଏବଂ ଠିକଣା ସମୟରେ ରେଗୁଲାର ନ କରିବା କାରଣରୁ ଅନେକ ଶିକ୍ଷକ ଶିକ୍ଷୟିତ୍ରୀ ଆର୍ଥିକ ଦୁରବସ୍ଥା ଦେଇ ମାନସିକ ଚିନ୍ତାରେ ରହୁଛନ୍ତି। ପରିସ୍ଥିତିର ସାମ୍ନା କରି ନ ପାରି ଦୁଇଦିନ ତଳେ ବାଲିଆପାଳ ବ୍ଲକ ଚାନ୍ଦମଣି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ କରଞ୍ଜ ଗ୍ରାମର ଭରତ ସାମନ୍ତରାୟ ଆତ୍ମହତ୍ୟା କରିଛନ୍ତି। ଯାହାକି ଅତ୍ୟନ୍ତ ନିନ୍ଦନୀୟ ବିଷୟ। ଏହି କଥାକୁ ବିଚାରକୁ ନେଇ ସରକାର ପ୍ରତି ମାସରେ ଶିକ୍ଷା ସହାୟକମାନଙ୍କୁ ନିୟମିତ ଦରମା ପ୍ରଦାନ, ୬ବର୍ଷ ଚୁକ୍ତି ସମୟ ପୂରଣ ହେବା ମାତ୍ରେ ନିୟମିତ କରିବା ଓ ମାସିକ ପାରିଶ୍ରମିକ ତୁରନ୍ତ ବୃଦ୍ଧି କରିବା ଦାବିକୁ ସରକାର ବିଚାର ନ କରନ୍ତି ତେବେ ସଂଘ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନକୁ ତୀବ୍ର କରିବ ବୋଲି ରାଜ୍ୟସଂଘ ସଭାପତି ଅଜୟ କୁମାର ଧଳଙ୍କ ସହ ଅନ୍ୟ କର୍ମକର୍ତ୍ତା ସରକାରଙ୍କୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri