ସୁରଟରୁ ବାହାରିବ ୨୧ ବସ୍‌: କ୍ୱାରାଣ୍ଟାଇନ୍‌ ସେଣ୍ଟର ତଦାରଖ କଲେ ଉପଜିଲାପାଳ

ଭଞ୍ଜନଗର,୧।୫(ଡି.ଏନ୍‌.ଏ.)- ସୁରଟରୁ ଶହଶହ ଓଡ଼ିଆ ଭିଟାମାଟିକୁ ବସ୍‌ଭଡ଼ା କରି ଦୌନନ୍ଦିନ ବାହାରୁଛନ୍ତି। ଶୁକ୍ରବାର ରାତିରେ ସୁରାଟର ବିଭିନ୍ନ ସ୍ଥାନରୁ ପ୍ରାୟ ୨୧ ବସ୍‌ ଓଡ଼ିଶା ଅଭିମୁଖେ ଯାତ୍ରୀ ନେଇ ବାହାରିବ। ଏନେଇ ଆବଶ୍ୟକ କାଗଜପତ୍ର ପ୍ରସ୍ତୁତି ଚାଲିଛି। ପ୍ରବାସି ଓଡ଼ିଆ ସମାଜର କର୍ମକର୍ତ୍ତାମାନେ ଲୋକେ କିଭଳି ସୁରକ୍ଷିତ ଭାବେ ଭିଟାମାଟିରେ ପହଞ୍ଚତ୍ବେ ସେନେଇ ପଦକ୍ଷେପ ନେଉଛନ୍ତି। ଅନ୍ୟପଟେ ସୁରଟରୁ ଗଞ୍ଜାମ ଜିଲାକୁ ଆସୁଥିବା ବସ୍‌ ଗୁଡ଼ିକୁ ଗଞ୍ଜାମ କନ୍ଧମାଳ ସୀମା ଦୁର୍ଗାପ୍ରସାଦ ଠାରେ ଯାଞ୍ଚ କରାଯାଇ କଡ଼ା ସୁରକ୍ଷା ବଳୟ ମଧ୍ୟରେ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନିଆଯାଉଛି। ଯେତିକି ଲୋକେ ସୁରଟରୁ ଗଞ୍ଜାମ ଜିଲାକୁ ଫେରିବେ ବୋଲି ଆଶା କରାଯାଉଥିଲା ତାଠାରୁ ଅଧିକ ଲୋକ ଆସିବା ସମ୍ଭାବନା ରହିଛି। ତେଣୁ ଅଧିକ କ୍ୱାରାଣ୍ଟାଇନ ସେଣ୍ଟରର ଆବଶ୍ୟକତା ରହିପାରେ। ପ୍ରଶାସନ ପକ୍ଷରୁ ଏନେଇ ପ୍ରସ୍ତୁତି ଚାଲିଛି। ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ ଲୋକେ କିଭଳି ସୁରକ୍ଷିତ ଭାବେ ରହିପାରିବେ ସେନେଇ ଘନଘନ ବିଭିନ୍ନ କ୍ୱାରାଣ୍ଟାଇନ କେନ୍ଦ୍ର ପରିଦର୍ଶନ କରୁଛନ୍ତି। ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଦୀନବନ୍ଧୁ ଗୌଡ଼ ଭଞ୍ଜନଗର ସହରରେ ଥିବା ୮ କ୍ୱାରାଣ୍ଟାଇନ କେନ୍ଦ୍ରର ନୋଡ଼ାଲ ଅଫିସର ଅଛନ୍ତି। ଆସନ୍ତା ୩ଦିନ ଭିତରେ ସୁରଟରୁ ଶତାଧିକ ପ୍ରବାସି ଓଡ଼ିଆ ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ବେଲଗୁଣ୍ଠା ବ୍ଲକ ଅଭିମୁଖେ ବାହାରିବେ। ଏନେଇ ସେମାନେ ନାମ ପଞ୍ଜିକରଣ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri