ସୁରଟରେ ଖୋଲିବ ୧୨ ଓଡ଼ିଆ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଗୁଜରାଟରେ ମୋଟ ୧୦ ଲକ୍ଷ ଓଡ଼ିଆ ବସବାସ କରୁଛନ୍ତି। ସେଥିରୁ ପ୍ରାୟ ୭ରୁ ୮ଲକ୍ଷ ଓଡିଆ ସୁରଟରେ ବାସକରନ୍ତି। ସେହି ଓଡିଆ ପରିବାରର ପିଲାମାନଙ୍କ ପାଇଁ ରାଜ୍ୟ ସରକାର ନୂଆ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ସେଠାକାର ପିଲାମାନେ ପାଠ ପଢ଼ିବା ଲାଗି ରାଜ୍ୟ ସରକାର ସେଠାରେ ସ୍କୁଲ ଓ କଲେଜ ପ୍ରତିଷ୍ଠା କରିବେ। ଏଥିପାଇଁ ଦୁଇ ରାଜ୍ୟ ମଧ୍ୟରେ ସମସ୍ତ ପ୍ରକାର ଆଲୋଚନା ସରିଥିବା ବେଳେ ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କୁ ଚିଠି ଲେଖି ଅବଗତ କରାଇବେ ବୋଲି ସ୍କୁଲ ଓ ଗଣ ଶିକ୍ଷା ବିଭାଗର ଜଣେ ଅଧିକାରୀଙ୍କଠାରୁ ଜଣାପଡିଛି। ଗତ ଡିସେମ୍ବର ୧୮ରେ ମୁଖ୍ୟମନ୍ତ୍ରୀ ଗୁଜରାଟ ଗସ୍ତ କରି ଓଡ଼ିଶା ମହୋତ୍ସବରେ ଯୋଗଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସେଠାକାର ଓଡ଼ିଆଙ୍କ ଅନୁରୋଧ ରକ୍ଷା କରି ସେଠାରେ ଗୋଟିଏ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଗଠନ କରିବା ଲାଗି ପ୍ରତିଶ୍ରୁତି ଦେଇଥିଲେ।
ସୁରଟରେ ଖୁବ୍‌ଶୀଘ୍ର ୬ଟି ପ୍ରାଥମିକ ବିଦ୍ୟାଳୟ, ୪ଟି ଉଚ୍ଚ ବିଦ୍ୟାଳୟ ଏବଂ ଦୁଇଟି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଗଠନ ହେବ। ଏଥିପାଇଁ ସ୍ଥାନ ମଧ୍ୟ ଚୟନ ସରିଛି। ସୁରଟର ପାଣ୍ଡେସରା, ସଚିନ, ଭରଚ୍ଛା/କଟାଗ୍ରାମ, ଆମରୋଲି, ଉଧ୍‌ନା ଏବଂ ସୟନ ଠାରେ ପ୍ରାଥମିକ ବିଦ୍ୟାଳୟ ଖୋଲିବ। ଏହି ସ୍କୁଲଗୁଡିକରେ ସେଠାର ପ୍ରଥମରୁ ୭ମ ପର୍ଯ୍ୟନ୍ତ ପିଲାମାନେ ପାଠ ପଢ଼ିପାରିବେ। ସେହିପରି ପାଣ୍ଡେସରାରେ ୧ଟି, ଭରଚ୍ଛା/କତାଗ୍ରାମରେ ୨ଟି ଏବଂ ବେଶତନରେ ୧ଟି ଏହିପରି ମୋଟ ୪ଟି ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ସେହିଭଳି ପାଣ୍ଡେସରା ଏବଂ ଭରଚ୍ଛା/କତାଗ୍ରାମରେ ମୋଟ ୨ଟି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଗଠନ କରାଯିବ ବୋଲି ଜଣାପଡିଛି। ଏହି ବିଦ୍ୟାଳୟଗୁଡିକରେ ପାଠ ପଢିବାକୁ ଥିବା ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାର ଆବଶ୍ୟକତା ଅନୁଯାୟୀ ମାଗଣାରେ ବହି ପ୍ରଦାନ କରିବେ। ଏହାସହ ଉପରୋକ୍ତ ସ୍କୁଲରେ ୨୦୨୦-୨୧ ଶିକ୍ଷା ବର୍ଷ ସୁଦ୍ଧା ଏହି ସ୍ଥାନରେ ଶିକ୍ଷକ ନିଯୁକ୍ତି କରିବାକୁ ରାଜ୍ୟ ସରକାରଙ୍କୁ ଗୁଜରାଟ ସରକାର ଅନୁରୋଧ କରିଥିବା ମଧ୍ୟ ଜଣାପଡିଛି। ବର୍ତ୍ତମାନ ଗୁଜରାଟରେ ୧୯ଟି ଓଡ଼ିଆ ପ୍ରାଥମିକ ବିଦ୍ୟାଳୟ, ୩ଟି ଉଚ୍ଚ ବିଦ୍ୟାଳୟ ଥିବାବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନ ଥିଲା। ଏଥିଲାଗି ମୁଖ୍ୟମନ୍ତ୍ରୀ ସୁରଟ ଗସ୍ତ କାଳରେ ଗୋଟିଏ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପ୍ରତିଷ୍ଠା ପାଇଁ କହିଥିଲେ। ମାତ୍ର ଚଳିତ ମାସର ଗତ ୨ତାରିଖରେ ଗୁଜରାଟ ଏବଂ ଓଡ଼ିଶା ସରକାର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଗୁଜରାଟ ଗାନ୍ଧୀନଗରଠାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ସରକାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ ଏବଂ ଗୁଜରାଟର ବିଭାଗୀୟ ସଚିବ ବିନୋଦ ଆର୍‌ ରାଓଙ୍କ ସହ ତାଙ୍କ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ ଜେ.ଡି ଦେଶାଇ ଉପସ୍ଥିତ ଥିଲେ। ବୈଠକରେ ସର୍ବମୋଟ ୧୨ଟି ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ଲାଗି ନିଷ୍ପତ୍ତି ହୋଇଛି। ବୈଠକ ପରେ ପ୍ରଦୀପ୍ତ ମହାପାତ୍ର ଗୁଜରାଟର ବିଭାଗୀୟ ମନ୍ତ୍ରୀଙ୍କ ସହ ଭେଟି ଏ ସମ୍ପର୍କରେ ଆଲୋଚନା ମଧ୍ୟ କରିଛନ୍ତି। ଖୁବ୍‌ଶୀଘ୍ର ଏନେଇ ମୁଖ୍ୟମନ୍ତ୍ରୀ ଚିଠି ଲେଖିବା ପରେ କାର୍ଯ୍ୟ ଆରମ୍ଭ ହେବ ବୋଲି ଜଣାପଡ଼ିଛି। ୨୦୧୯ ନିର୍ବାଚନ ଇସ୍ତାହାରରେ ବିଜେଡି ପକ୍ଷରୁ ଏ ନେଇ ପ୍ରତିଶ୍ରୁତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri