ସୁରଟ ଫେରନ୍ତାଙ୍କୁ ଅଣଦେଖା ଅଭିଯୋଗ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନ ଯାଇ ରାସ୍ତାରେ ଠିଆ ହୋଇ ହଟହଟା

ପୁରୁଷୋତ୍ତମପୁର,୪ା୫(ଡି.ଏନ୍‌.ଏ.): ସୁରଟ ଓ କେରଳରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ଚିନ୍ତା ବଢ଼ିଛି। ଏଭଳି ସ୍ଥିତିରେ ଫେରୁଥିବା ଏହି ଓଡ଼ିଆଙ୍କୁ ତତ୍‌କ୍ଷଣାତ୍‌ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ନେଇ ରଖି ବାହାରକୁ ନ ଛାଡ଼ିବା ଲାଗି ଅଞ୍ଚଳର ଲୋକେ ଦାବି କରୁଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଉ ନଥିବା ଭଳି ଅଭିଯୋଗ ହେଉଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଯାହାକି ରବିବାର ରାତି ୧୧ଟାରୁ ସୁରଟରୁ ଏକ ବସ୍‌ ୪ ଶିଶୁ, ୪ ମହିଳାଙ୍କ ସମେତ ୫୬ ଜଣଙ୍କୁ ନେଇ ପୁରୁଷୋତ୍ତମପୁରରେ ପହଞ୍ଚିଥିଲା। ମାତ୍ର ଏମାନଙ୍କୁ ନେଇ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଲାଗି ବ୍ଲକ ପ୍ରଶାସନର ଆଦୌ ଦେଖା ମିଳି ନ ଥିଲା। ଫଳରେ ବସ୍‌ରେ ଦୀର୍ଘ ସମୟ ଭୋକ ଉପାସରେ ରହିବା ପରେ ଲୋକେ ବାହାରକୁ ଚାଲି ଆସିଥିଲେ। ଏହା ଦେଖି ସ୍ଥାନୀୟ ଲୋକେ ତହସିଲଦାର ଅରୁଣ କୁମାର ନାୟକଙ୍କୁ ଜଣାଇଥିଲେ। ମାତ୍ର ବ୍ଲକ ପ୍ରଶାସନର ଦେଖା ମିଳି ନ ଥିଲା। ସ୍ଥାନୀୟ ଲୋକେ, ତହସିଲଦାର ଓ ଥାନାଧିକାରୀ ଜଗନ୍ନାଥ ମଲ୍ଲିକ କିଛି ଶୁଖିଲା ଖାଦ୍ୟ,ପାଣି ଯୋଗାଇବା ସହ ସୁରକ୍ଷା ଦେଇ ସହର ଉପକଣ୍ଠ ରାସ୍ତା ପାର୍ଶ୍ୱରେ ରଖି ସୋମବାର ସକାଳେ ପ୍ରତାପୁର କ୍ବାରାଣ୍ଟାଇନ୍‌ ସେଣ୍ଟରକୁ ନେଇଥିଲେ। ସେହିପରି ସୋମବାର ସକାଳେ ବିଭିନ୍ନ ଗାଡ଼ିରେ ପୁରୁଷୋତ୍ତମପୁର ବ୍ଲକକୁ ଆସିଥିବା ବ୍ୟକ୍ତିମାନଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନେବା ଲାଗି ଜରୁରୀ ପଦକ୍ଷେପ ନିଆଯାଉ ନ ଥିବାରୁ ସହର ମଧ୍ୟରେ ଗାଡ଼ିଗୁଡ଼ିକ ଘଣ୍ଟା ଘଣ୍ଟା ଧରି ଠିଆ ହୋଇରହୁଛି। ଫଳରେ ଲୋକେ ଗାଡ଼ିରୁ ଓହ୍ଲାଇ ବିଭିନ୍ନ ଦୋକାନରୁ କିଣି ଖାଉଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?