ସୁରଟ ଫେରନ୍ତା ଅଧା ରାସ୍ତାରେ ଓହ୍ଲାଇ ପଳାଉଥିଲେ, ଅଟକାଇଲେ ଲୋକେ

ଭଦ୍ରକ ଅଫିସ,୪ା୫: ସୁରଟରୁ ଫେରୁଥିବା ବେଳେ ଅଧା ରାସ୍ତାରେ ଗାଡ଼ିରୁ ଓହ୍ଲାଇ ପଳାଉଥିଲେ। ଜଣେ ନୁହଁ କି ଦୁଇଜଣ ନୁହେଁ। ୨୨ରୁ ଅଧିକ ଲୋକ ଖସି ପଳାଉଥିଲେ। ସ୍ଥାନୀୟ ଲୋକେ କେତେଜଣଙ୍କୁ ଅଟକାଇଥିବା ବେଳେ ଆଉ କେତେଜଣ ଖସି ପଳାଇଛନ୍ତି। ଏପରି ଘଟଣା ଘଟିଛି ଭଦ୍ରକ ସହରରେ। ରବିବାର ରାତିରେ ଏକ ବସ୍‌ ଆସି ବନ୍ତ ଛକ ନିକଟରେ ଅଟକିଥିଲା। ବସ୍‌ରୁ ପ୍ରାୟ ୨୦ରୁ ଅଧିକ ଲୋକ ଓହ୍ଲାଇ ପଳାଇଥିବା ବେଳେ ଖବରଦାତାମାନେ ଯାଇ ବସ୍‌କୁ ଅଟକାଇଥିଲେ। ସେହି ବସ୍‌ରେ ବାଲେଶ୍ୱର ଜିଲାର କେତେକ ଲୋକ ଥିବା ବେଳେ ଭଦ୍ରକ ଜିଲାର ୨୨ଜଣ ଥିଲେ ବୋଲି ସୂଚନା ମିଳିଛି। ତେବେ ଭଦ୍ରକ ଟାଉନ୍‌ ପୋଲିସ ଆସି ବସ୍‌ର କାଗଜପତ୍ର ଯାଞ୍ଚ କରିବା ସହ ବସ୍‌କୁ ପୁଣି ଭଣ୍ଡାରିପୋଖରୀ ଆଇଟିଆଇକୁ ପଠାଇଛି। ତେବେ ବସ୍‌ରୁ ଓହ୍ଲାଇ ପଳାଇଥିବା ଲୋକଙ୍କୁ ପୋଲିସ ଖୋଜୁଛି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଆଇଟିଆଇଠାରେ ହୋଇଥିବା ଶିବିରରେ ବସ୍‌ଟି ଭଦ୍ରକ ଲୋକଙ୍କୁ ଛାଡ଼ିବା ପରେ ଅନ୍ୟ ଜିଲାକୁ ଯାଇଥାନ୍ତା। ସେଠାରେ ପ୍ରଶାସନ ଓ ପୋଲସ ପକ୍ଷରୁ ବସ୍‌କୁ ଅଟକାଇବା ପାଇଁ କୌଣସି ବ୍ୟବସ୍ଥା ହୋଇ ନ ଥିବାରୁ ବସ୍‌ଟି ପଳାଇଆସିଥିବା ଯାତ୍ରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?