ସୁଲେଇପାଳରେ ହାତୀ ଆତଙ୍କ: ବନ କର୍ମଚାରୀଙ୍କୁ ଅଟକ ରଖିଲେ କ୍ଷତିଗ୍ରସ୍ତ

କଣିହାଁ,୧୧।୯(ଡି.ଏନ.ଏ.)-କଣିହାଁ ବ୍ଲକ ବନାଞ୍ଚଳ ଅଧୀନ ରେଙ୍ଗାଳି ଫରେଷ୍ଟ ସେକ୍ସନରେ ୩ ମାସ ହେଲା ହାତୀ ଉପଦ୍ରବ ଲାଗି ରହିଛି। ବନ ବିଭାଗ ହାତୀ ଘଉଡାଇବାରେ ବିଫଳ ହେଉଥିବାବେଳେ ଜନ ସାଧାରଣ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ସୋମବାର ରେଙ୍ଗାଳି ଫରେଷ୍ଟ ସେକ୍ସନର ସୁଲେଇପାଳ ଗ୍ରାମକୁ ଏକ ହାତୀପଲ ଆସି ଅନେକ ବ୍ୟକ୍ତିଙ୍କ ଘର ଭାଙ୍ଗିବା ସହ ଧାନ ଫସଲ ନଷ୍ଟ କରିଥିଲେ। ରାସ୍ତା ଉପରେ ହାତୀପଲ ରହିଥିବାବେଳେ ବନ ବିଭାଗ କର୍ମଚାରୀଙ୍କୁ ସୂଚନା ଦିଆଯାଇଥିଲେ ମଧ୍ୟ ଘଉଡାଇବା ପାଇଁ ଆସି ନ ଥିଲେ। ମଙ୍ଗଳବାର ବନ ବିଭାଗ କର୍ମଚାରୀ ସୁଲେଇପାଳ ଗ୍ରାମକୁ ଆସିବା ପରେ ଅସନ୍ତୋଷ ଦେଖାଦେଇଥିଲା। କ୍ଷତିଗ୍ରସ୍ତମାନେ ବନ ବିଭାଗ କର୍ମଚାରୀଙ୍କୁ ଘେରାଉ କରି ଅଟକ ରଖିଥିଲେ। ଏ ନେଇ କଣିହାଁ ବନାଞ୍ଚଳ ଅଧିକାରୀ ପ୍ରତାପ ରାଉଳ କହିଛନ୍ତି, ବିଧିମତେ କ୍ଷତିଗ୍ରସ୍ତଙ୍କୁ ସହାୟତା ଦିଆଯିବ। ଫରେଷ୍ଟର ସରସ୍ବତୀ ବେହେରାଙ୍କ ଉଦ୍ୟମରେ ସମାଧାନ ହୋଇଛି। ଅର୍କୀଳ, ସୁଲେଇପାଳ ରାସ୍ତାରେ ୧୫ଟି ହାତୀ ରହିଛନ୍ତି। ଘଉଡାଇବା ପାଇଁ ବନକର୍ମଚାରୀ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri