ସୁଶାନ୍ତଙ୍କ ମୃତ୍ୟୁ ହୋଇଥିବା ଘରେ ପହଞ୍ଚିଲେ ଅଙ୍କିତା !

ମୁମ୍ବାଇ: ବଲିଉଡ୍‌ ଷ୍ଟାର ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଏପର୍ଯ୍ୟନ୍ତ ଅନେକେ ବିଶ୍ୱାସ କରିପାରୁ ନାହାନ୍ତି। ସୁଶାନ୍ତଙ୍କ ମୃତ୍ୟୁ ଖବର ପାଇବା ପରଠାରୁ ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ପଡିଛନ୍ତି ତାଙ୍କ ପୂର୍ବତନ ପ୍ରେମିକା ଅଙ୍କିତା ଲୋଖଣ୍ଡେ। ଦିନ ରାତି କାନ୍ଦୁଥିବା ଅଙ୍କିତା ମଙ୍ଗଳବାର ସୁଶାନ୍ତ ଆତ୍ମହତ୍ୟା କରିଥିବା ଫ୍ଲାଟରେ ପହଞ୍ଚିଥିବା ଦେଖାଯାଇଛି। ଏହି ସମୟରେ ତାଙ୍କସହ ଆଉ କେତେଜଣଙ୍କୁ ମଧ୍ୟ ସେଠାରେ ଦେଖିବାକୁ ମିଳିଛି। ଅଙ୍କିତାଙ୍କ ବନ୍ଧୁ ସନ୍ଦିପ ସିଂ ତାଙ୍କୁ ଧରି ଧରି ସୁଶାନ୍ତଙ୍କ ଘର ଭିତରକୁ ନେଇ ଯାଉଥିବା ଏକ ଭିଡିଓରେ ଦେଖାଯାଇଛି। ଏପର୍ଯ୍ୟନ୍ତ ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଅଙ୍କିତା କିଛି ନ କହିଥିଲେ ମଧ୍ୟ ଏବେ ତାଙ୍କ ଅବସ୍ଥା ଠିକ୍‌ ନ ଥିବା କହିଛନ୍ତି ଅଙ୍କିତାଙ୍କ ଜଣେ ବନ୍ଧୁ। ଉଭୟ ଅଙ୍କିତା ଓ ସୁଶାନ୍ତ ଟେଲିଭିଜନ ଧାରାବାହିତ ‘ପବିତ୍ର ରିସ୍ତା’ରେ ନଜର ଆସିଥିବା ବେଳେ ଏହାପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ହେଲେ କିଛିଦିନ ହେବ ସେମାନଙ୍କର ବ୍ରେକ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri