ସୁଷମା ସ୍ବରାଜଙ୍କ ପରଲୋକ

ନୂଆଦିଲ୍ଲୀ,୬।୮(ପି.ଟି.)-ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ, ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜ ଆଉ ନାହାନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସରେ ମଙ୍ଗଳବାର ରାତିରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ଗୁରୁତର ଅବସ୍ଥାରେ ରାତି ୧୦ଟା ୧୫ ମିନିଟରେ ଏମ୍ସର ଏମର୍ଜେନ୍ସସି ଓ୍ବାର୍ଡରେ ଭର୍ତ୍ତି କରାଯାଇଥିଲା। ସେଠାରେ ବରିଷ୍ଠ ଡାକ୍ତରମାନେ ତାଙ୍କୁ ଚିକିତ୍ସା କରୁଥିବାବେଳେ ସୁଷମା ଆଖି ବୁଜିଦେଇଥିଲେ। ମୃତୃ୍ୟ ବେଳକୁ ତାଙ୍କ ନିକଟରେ ସ୍ବାମୀ ସ୍ବରାଜ କୌଶଲଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଡ. ହର୍ଷବର୍ଦ୍ଧନ, ପୀୟୂଷ ଗୋୟଲ, ପ୍ରହ୍ଲାଦ ଜୋଷୀ, ନୀତୀନ ଗଡ଼କରୀ ପ୍ରମୁଖ ଉପସ୍ଥିତ ଥିଲେ।
ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏବଂ ଜମ୍ମୁ-କଶ୍ମୀରକୁ ଦୁଇଭାଗ କରି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ନେଇ ସୁଷମା ମୃତୃ୍ୟର କିଛି ଘଣ୍ଟା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଓ ଧନ୍ୟବାଦ ଜଣାଇଥିଲେ। ଏହି ଦିନକୁ ଦେଖିବା ପାଇଁ ସେ ଅପେକ୍ଷା କରିଥିଲେ ବୋଲି ସୁଷମା ଟୁଇଟ୍‌ କରିଥିଲେ। ୨୦୧୬ରେ ସୁଷମାଙ୍କ କିଡ୍‌ନୀ ପ୍ରତିରୋପଣ କରାଯାଇଥିଲା। ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ସେ ୨୦୧୯ ଲୋକ ସଭା ନିର୍ବାଚନ ନ ଲଢ଼ିବା ପାଇଁ ନିଜଆଡ଼ୁ ନିଷ୍ପତ୍ତି ନେଇଥିଲେ।
ସୁଷମାଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ବହୁ ବିଶିଷ୍ଟ ବ୍ୟକ୍ତି ବିଳମ୍ବିତ ରାତିରେ ଏମ୍ସ ଯାଇ ତାଙ୍କର ଶେଷଦର୍ଶନ କରିଥିଲେ। ତାଙ୍କ ବିୟୋଗରେ କେବଳ ଭାଜପା ନୁହେଁ, ବରଂ ସମଗ୍ର ଜାତୀୟ ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ଏହି ଅବସରରେ ଅନେକ ରାଜନୈତିକ ଦଳ ଓ ନେତା ଶୋକବ୍ୟକ୍ତ କରିଛନ୍ତି। ସୁଷମାଙ୍କ ପରଲୋକ ଖବର ଶୁଣି ମର୍ମାହତ ଓ ଦୁଃଖିତ। ତାଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଉଛୁ ବୋଲି କଂଗ୍ରେସ ପକ୍ଷରୁ ଟୁଇଟ୍‌ କରାଯାଇଛି।
ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପରେ ଦେଶର ଦ୍ୱିତୀୟ ମହିଳା ଭାବେ ସେ ବହିର୍ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳିବାର ସୌଭାଗ୍ୟ ଅର୍ଜନ କରିଥିଲେ। ପାର୍ଲାମେଣ୍ଟକୁ ସେ ୭ ଥର ଓ ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିଲେ। ସୁପ୍ରିମକୋର୍ଟର ପୂର୍ବତନ ଓକିଲ ସୁଷମା ମାତ୍ର ୨୫ ବର୍ଷ ବୟସରେ ଦେଶର ସର୍ବକନିଷ୍ଠ କ୍ୟାବିନେଟ ମନ୍ତ୍ରୀ (ହରିୟାଣା) ହେବାର କୀର୍ତ୍ତି ଅର୍ଜନ କରିଥିଲେ। ଦିଲ୍ଲୀର ୫ମ ମୁଖ୍ୟମନ୍ତ୍ରୀଭାବେ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ୨୦୧୪ ସାଧାରଣ ନିର୍ବାଚନରେ ସେ ମଧ୍ୟପ୍ରଦେଶର ବିଦିଶା ଆସନରୁ ୪ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହୋଇଥିଲେ। ୧୯୫୨ ଫେବୃୟାରୀ ୧୪ରେ ହରିୟାଣାର ଅମ୍ବାଲାରେ ସେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ହରଦେବ ଶର୍ମା ଆର୍‌ଏସ୍‌ଏସ୍‌ର ଜଣେ ପ୍ରମୁଖ ସଦସ୍ୟ ଥିଲେ। ସେ ୧୯୭୫ରେ ବରିଷ୍ଠ ଆଇନଜୀବୀ ସ୍ବରାଜ କୌଶଳଙ୍କୁ ବିବାହ କରିଥିଲେ। ତାଙ୍କର ଏକମାତ୍ର କନ୍ୟା ବାଂଶୁରୀ ସ୍ବରାଜ ମଧ୍ୟ ସୁପ୍ରିମକୋର୍ଟର ଜଣେ ଆଇନଜୀବୀ।


Enter your email to get our daily news in your inbox.

All Right Reserved By Dharitri.Com

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri