Posted inଖେଳ

ସୁସ୍ଥ ଜୀବନ ପାଇଁ ବ୍ୟାୟାମ ଜରୁରୀ: ୬ କ୍ରୀଡ଼ା ଖବରଦାତା ସମ୍ମାନିତ

ଭୁବନେଶ୍ୱର, ୩୦।୮(କ୍ରୀଡ଼ା ପ୍ରତିନିଧି)-ସ୍ବାସ୍ଥ୍ୟ ହିଁ ସମ୍ପଦ। ଜଣେ ସୁସ୍ଥ ରହିଲେ ଯାଇ ସତେଜ ମାନସିକତାରେ କାର୍ଯ୍ୟ କରିପାରିବ। ତେଣୁ ସାମ୍ପ୍ରତିକ ବ୍ୟସ୍ତ ବହୁଳ ଜୀବନରେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ନିଜ ପାଇଁ କିଛି ସମୟ ବାହାର କରି ବ୍ୟାୟାମରେ ନିୟୋଜିତ କରିବାକୁ ହେବ। ସମୟ ବାହାନା ଦେଖାଇ କେହି ନିଜପ୍ରତି ଅବହେଳା କରିବା ଉଚିତ ନୁହେଁ ବୋଲି ଉତ୍କଳ କରାଟେ ସ୍କୁଲର ପ୍ରତିଷ୍ଠା ଦିବସରେ ଯୋଗଦେଇଥିବା ଅତିଥି କୃଷିମନ୍ତ୍ରୀ ଅରୁଣ ସାହୁ ପ୍ରକାଶ କରିଛନ୍ତି। ଅନ୍ୟତମ ଅତିଥି ତଥା ଶକ୍ତି ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ମଧ୍ୟ ଅନୁରୂପ ମତ ଦେଇଛନ୍ତି। ଯିଏ ଯେଉଁ କ୍ଷେତ୍ରରେ ଥାଉନା କାହିଁକି ସମସ୍ତଙ୍କ ପାଇଁ ଫିଟ୍‌ନେସ ଅତ୍ୟନ୍ତ ଜରୁରୀ ବୋଲି ସେ କହିଛନ୍ତି। ଦୁଇ ମନ୍ତ୍ରୀଙ୍କ ସମେତ ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ ଏବଂ ହାଉସିଂ ବୋର୍ଡ ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ର ଖେଳାଳି ତିଆରି କାରଖାନାଭାବେ ପ୍ରତିଷ୍ଠା ଅର୍ଜନ କରିଥିବା ଉତ୍କଳ କରାଟେ ସ୍କୁଲର ଭୂୟସି ପ୍ରଶଂସା କରିଥିଲେ। ଏହି ଅବସରରେ ୫ କ୍ରୀଡ଼ା ଖବରଦାତା ସୂର୍ଯ୍ୟ ପ୍ରସାଦ ରଥ, ସଞ୍ଜୀବ ବିଶ୍ୱାଳ, ଉମାକାନ୍ତ ମିଶ୍ର, ଦେବୀ ପ୍ରସନ୍ନ ମହାନ୍ତି ଓ ଧରିତ୍ରୀ କ୍ରୀଡ଼ା ପ୍ରତିନିଧି ତପନ କୁମାର ସ୍ବାଇଁଙ୍କୁ ସମ୍ମାନିତ କରାଯାଇଥିଲା। ସୁଜିତ ଦାସଙ୍କୁ ଲାଇଫଟାଇମ୍‌ ଆଚିଭମେଣ୍ଟ ପୁରସ୍କାର ଦିଆ ଯାଇଥିଲା। ଉତ୍କଳ କରାଟେ ସ୍କୁଲ ପ୍ରତିଷ୍ଠାତା ଡ. ହରିପ୍ରସାଦ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୀର ଅଜମତ ଅଲୀ, ଗୌରୀ ମହାନ୍ତି, ପୀୟୂଷ ମହାନ୍ତି, ରାଜୀବ ସିଂ, ଜୟଦେବ ପଟ୍ଟନାୟକ, ହିମାଂଶୁ ଶେଖର ଦାସ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଶ୍ରୀନିବାସ ଘଟୁଆରୀ ପରିଚାଳନା କରିଥିବାବେଳେ ଚିତ୍ତରଞ୍ଜନ ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ସାଂସ୍କୃତି କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

ରିଅଲ ମାଡ୍ରିଡ୍‌ର ବଢ଼ିଲା ଚିନ୍ତା: ଏମ୍‌ବାପେ ଆହତ

ପ୍ୟାରିସ,୨ା୧: ରିଅଲ ମାଡ୍ରିଡ୍‌ ଫରଓ୍ବାର୍ଡ କିଲିଆନ ଏମ୍‌ବାପେଙ୍କ ବାମ ଆଣ୍ଠୁ ଆଘାତ ଲାଗିଛି। ଏ ନେଇ ସ୍ପାନିଶ କ୍ଲବ ପକ୍ଷରୁ କୁହାଯାଇଛି। ତେବେ ତାଙ୍କୁ ରିକଭର...

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri