ସୁସ୍ଥ ପରିବେଶ ପାଇଁ ବୃକ୍ଷରୋପଣ ଜରୁରି

ସୋନପୁର, ୭।୭(ନି.ପ୍ର) ସୁବର୍ଣ୍ଣପୁର ଜିଲା ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଜିଲାସ୍ତରୀୟ ୭୦ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ମହୋତ୍ସବରେ ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇ ବୃକ୍ଷରୋପଣ ଓ ପରିବେଶର ସୁରକ୍ଷା ସମ୍ପର୍କରେ ଉପସ୍ଥିତି ଛାତ୍ରୀଛାତ୍ର ଓ ବନସୁରକ୍ଷା ସମିତିର କର୍ମକର୍ତ୍ତାଙ୍କୁ ବୁଝାଇଥିଲେ। ସୁସ୍ଥ ପରିବେଶ ପାଇଁ ସବୁଜିମା ଦରକାର। ତେଣୁ ସାମୂହିକ ବୃକ୍ଷରୋପଣ ସହିତ ଜଙ୍ଗଲର ସୁରକ୍ଷା ବର୍ତ୍ତମାନ ଜରୁରି ହୋଇପଡିଛି ବୋଲି ମନ୍ତ୍ରୀ କହିଥିଲେ। ଜିଲାପାଳ ମଧୁସୂଦନ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଜିଲାରେ ଜଙ୍ଗଲ କମ୍‌ ଥିବାରୁ ବ୍ୟାପକ ବୃକ୍ଷରୋପଣ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଅତିରିକ୍ତ ଜିଲାପାଳ ତଥା ଭାରପ୍ରାପ୍ତ ପିଡି ଡିଆରଡିଏ ଶରତ ଚନ୍ଦ୍ର ପଣ୍ଡା ଅନ୍ୟତମ ସମ୍ମାନିତ ଅତିଥିଭାବେ ଯୋଗଦାନ କରି ବ୍ୟାପକ ବୃକ୍ଷରୋପଣ ସହିତ ବୃକ୍ଷକୁ ବଞ୍ଚାଇ ରଖିବା ପାଇଁ ଆବଶ୍ୟକ ଯତ୍ନ ନେବାକୁ ପରାମର୍ଶ ଦେଇଥିଲେ। ସୋନପୁର ଉପଜିଲାପାଳ ବଳରାମ ମଲ୍ଳିକ, ଜିଲା ବନଖଣ୍ଡ ଅଧିକାରୀ ସୁଶାନ୍ତ କୁମାର ସାମନ୍ତରାୟ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ଜଙ୍ଗଲ ସୁରକ୍ଷା ଓ ସଂରକ୍ଷଣ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରିଥିବା ସୋନପୁର ଉପଖଣ୍ଡ ତରଭାର ଜୁନାନୀ ବନ ସୁରକ୍ଷା ସମିତି(ଭିଏସଏସ) ଏବଂ ବୀରମହାରାଜପୁର ଉପଖଣ୍ଡ ମାଉଲିମାଲ ବନ ସୁରକ୍ଷା ସମିତିକୁ ବିଜୁ ପଟ୍ଟନାୟକ ସମ୍ମାନ ପ୍ରଦାନ କରାଯାଇଥିଲା। ସେହିପରି ଦୁଇ ଭିଏସଏସକୁ ଓଡିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ପ୍ରଦତ୍ତ ୨୦ହଜାର ଟଙ୍କାର ଚେକ୍‌ ମନ୍ତ୍ରୀ ବେହେରା ପ୍ରଦାନ କରିଥିଲେ। ଏସିଏଫ ସୁଶିଲ କୁମାର ତ୍ରିପାଠୀ ସଭାକୁ ସଂଯୋଜନା କରିଥିଲେ । ପ୍ରାରମ୍ଭରେ ମନ୍ତ୍ରୀ ପଦ୍ମନାଭ ବେହେରା ଅଫିସ କ୍ୟାମ୍ପସ୍‌ ପରିସରରେ ବୃକ୍ଷରୋପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri