ସୁସ୍ଥ ହୋଇ ଘରକୁ ଫେରିଥିବା କରୋନା ଯୋଦ୍ଧାଙ୍କୁ ଫୁଲ, ତାଳିରେ ସ୍ବାଗତ କଲେ ପଡ଼ୋଶୀ

ନୂଆଦିଲ୍ଲୀ,୮।୫:  ରାଜଧାନୀ ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ  ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀରେ ଏପର୍ଯ୍ୟନ୍ତ ପ୍ରାୟ ୬୦୦୦ରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। କେବଳ ସାଧାରଣ ଲୋକ ନୁହଁନ୍ତି କରୋନା ଯୋଦ୍ଧା ସାଜିଥିବା ଦିଲ୍ଲୀ ପୋଲିସର ୭୦ଜଣ କର୍ମୀ ମଧ୍ୟ ଏହା କବଳରୁ ବର୍ତ୍ତିପାରି ନାହାନ୍ତି। ଇତିମଧ୍ୟରେ ଦିଲ୍ଲୀ ପୋଲିସର ଆଣ୍ଟି ଟେରର ୟୁନିଟ୍‌ ସ୍ପେଶାଲର ହେଡ୍‌ କନ୍‌ଷ୍ଟେବଳ ଅରୁଣ ତେବତିଆ କରୋନା ପଜିଟିଭ୍‌ ହୋଇଥିଲେ। ଏବେ ସେ ସମ୍ପୁର୍ଣ୍ଣ ସୁସ୍ଥ ହୋଇଥିବା ବେଳେ ଘରକୁ ଫେରିଛନ୍ତି। ଘରକୁ ଫେରିବା ସମୟରେ ଅରୁଣଙ୍କୁୁ ପଡ଼ୋଶୀମାନେ ଫୁଲ ବର୍ଷା କରିବା ସହ ତାଳି ମାରି ସ୍ବାଗତ କରିଥିଲେ। ଲୋକଙ୍କ ମନରେ ତାଙ୍କ ପାଇଁ ଏଭଳି ସମ୍ମାନ ଓ ଭଲପାଇବା ଦେଖି ଅରୁଣ ଖୁସି ହେବା ସହ ହାତଯୋଡ଼ି ସେମାନଙ୍କୁ ଅଭିବାଦନ ଜଣାଇଥିଲେ। ସୂଚନା ମୁତାବକ ଦିଲ୍ଲୀ ସ୍ପେଶାଲ ସେଲ୍‌ର ଏପର୍ଯ୍ୟନ୍ତ ୪ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଅପରପକ୍ଷେ ଦିଲ୍ଲୀ ଭରତ ନଗର ପୋଲିସ ଥାନାରେ ମୁତୟନ ଥିବା ୩୧ ବର୍ଷୀୟ କନଷ୍ଟେବଳ ଅମିତ ରାଣାଙ୍କ କରୋନାରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ପରିବାରଲୋକଙ୍କୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଗୁରୁବାର ୧କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ, ୩୧।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri