ସୁସ୍ଥ ହୋଇ ଫେରିଲେ କେପି

ଢେଙ୍କାନାଳ ଅଫିସ୍‌, ୧୭ା୪- ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ତଥା ବରିଷ୍ଠ କଂଗ୍ରେସ ନେତା କାମାକ୍ଷା ପ୍ରସାଦ ସିଂଦେଓ (କେପି) ସୁସ୍ଥ ହୋଇ ଫେରିଛନ୍ତି। ଖୁବ୍‌ ଶୀଘ୍ର ସେ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ସ୍ଥାନୀୟ ରାଜବାଟୀ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଗଣମାଧ୍ୟମକୁ ସୂଚନା ଦେଇ କେପି କହିଲେ, ଗଁଦିଆ ବ୍ଲକ ନିହଲପ୍ରସାଦ ଅଞ୍ଚଳରେ ପ୍ରବଳ ଗ୍ରୀଷ୍ମ ପ୍ରବାହରେ ପ୍ରଚାର କରୁଥିବା ବେଳେ ସେ ଅଂଶୁଘାତର ଶିକାର ହୋଇଥିଲେ। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ୨ ଦିନ ଆଇସିୟୁରେ ରଖାଯାଇଥିଲା। ବର୍ତ୍ତମାନ ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ବୁଧବାର ସେ ପୁଣି ନିର୍ବାଚନୀ ପ୍ରଚାରରେ ବାହାରିବେ ବୋଲି କହିଛନ୍ତି। ନିର୍ବାଚନ ରଣନୀତି ସମ୍ପର୍କିତ ପ୍ରଶ୍ନରେ ସେ କହିଲେ, ସବୁ ଜନସାଧାରଣଙ୍କ ଉପରେ ନିର୍ଭର କରୁଛି। ସେମାନେ ଯାହା ନିଷ୍ପତ୍ତି ନେବେ ତାହା ହିଁ ଚୂଡ଼ାନ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋରେ ଚାଲାଣ ହେଉଥିଲା ଶାଳ କାଠ…

ବଲାଙ୍ଗୀର ଅଫିସ,୧୧।୫: ବଲାଙ୍ଗୀର ଜିଲା ପାଟଣାଗଡ଼ ପଥରଚେପା ଆଦର୍ଶ ବିଦ୍ୟାଳୟ ରାସ୍ତାରେ ବନ ବିଭାଗ ଚଢ଼ାଉ କରି ଏକ ଶାଳ କାଠ ବୋଝେଇ ଅଟୋକୁ ଜବତ...

ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି।...

ଏବେଠୁ ଜଳ ସଙ୍କଟ

ବାଲିଆପାଳ,୨୫।୩(ସ୍ବ.ପ୍ର.)- ଖରାଦିନ ଆରମ୍ଭରୁ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ବାଲିଆପାଳ ପଞ୍ଚାୟତରେ ଜଳସଙ୍କଟ ଦେଖାଦେଇଛି। ଦୁଇଟି ପାନୀୟଜଳ ପ୍ରକଳ୍ପ ଥାଇ ମଧ୍ୟ ଲୋକଙ୍କୁ ପାନୀୟଜଳ ଯୋଗାଇବାରେ...

କନ୍ଧମାଳରେ କମିଲାଣି ଧୂଆଁପତ୍ର ଚାଷ

ଦାରିଙ୍ଗବାଡ଼ି,୨୮।୧୦(ଡି.ଏନ.ଏ.): ବିଶ୍ୱରେ ବଜାରୀକରଣ ବ୍ୟବସ୍ଥା ହେବା ପରେ ପାରମ୍ପରିକ ଚାଷର କୁପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲାରେ। ଏଠାରେ ପୂର୍ବରୁ ପାରମ୍ପରିକ ଚାଷ ମଧ୍ୟରେ କୁଏରୀ, ମାଣ୍ଡିଆ,...

ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ୧ . ୮୫ ଲକ୍ଷ ଜବତ 

ହାଟଡ଼ିହୀ,୧୭l୪:(ଡ଼ି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଣା ନିକଟରେ ବୁଧବାର ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ଯାଞ୍ଚ କରାଯାଇଛି। ଏହି ସମୟରେ ଜଣେ ବ୍ୟକ୍ତିଙ୍କଠାରୁ ୧ଲକ୍ଷ ୮୫ହଜାର...

ସକାଳ ହେଲେ ପରିବାର ମୁହଁରେ ଆହାର ଦେବାକୁ ଚିନ୍ତା

ସମ୍ବଲପୁର,୩୧।୩(ବ୍ୟୁରୋ)-କରୋନା ଭୂତାଣୁ ଭୟ ସମସ୍ତଙ୍କ ଭିତରେ ଭୟ ସୃଷ୍ଟି କରିଛି। କରୋନା କଟକଣା ଶ୍ରମିକ, ଛୋଟ ଚା, ପାନ, ଜଳଖିଆ ଦୋକାନୀଙ୍କୁ କଷଣ ଦେଇଛି ।...

ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଆରମ୍ଭ

ଅନୁଗୋଳ ଅଫିସ,୪।୧୨: ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଜିଲାପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମଧ୍ୟାହ୍ନରେ ଆରମ୍ଭ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ତଦାରଖ କଲେ ଜିଲାପାଳ

ରାଜକନିକା, ୨୨।୪ (ଡି.ଏନ୍‌.ଏ.)-କେନ୍ଦ୍ରାପଡା ଜିଲାପାଳ ସମର୍ଥ ବର୍ମା ରାଜକନିକା ବ୍ଲକ ଗସ୍ତ କରିଛନ୍ତି। ଏହି ସମୟରେ ସେ ସିହୋପଡ଼ା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଆରମ୍ଭ ହେଇଥିବା କାର୍ଯ୍ୟର...

Advertisement
Archives

Model This Week