ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ବାଲିଗୁଡା,୧୫ା୧୨(ଡି.ଏନ୍‌.ଏ.)-ବାଲିଗୁଡା ପାତ୍ରସାହି ନିକଟରେ ଚଳିତ ମାସ ୧୦ ତାରିଖରେ ବାଟାଗୁଡାର ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟ ତଥା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ୨ଜଣ ଦୁର୍ବୃତ୍ତ ଘରୁ ଡାକିଆଣି ଗୁଳିକରି ହତ୍ୟା କରିଥିଲେ। ଘଟଣାକୁ ୪ଦିନ ବିତିଯାଇଥିଲେ ବି ପୋଲିସ ଅଭିଯୁକ୍ତଙ୍କ ଟେର୍‌ ପାଉନି।
ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଶନିବାର ଅଭିମନ୍ୟୁଙ୍କ ଗ୍ରାମ ବାଟାଗୁଡାଠାରେ ୫୯ ନଂ. ଜାତୀୟ ରାଜପଥକୁ ଗ୍ରାମବାସୀ ସକାଳ ୯ଟାରୁ ଅବରୋଧ କରିଥିଲେ। ଫଳରେ ବାଲିଗୁଡା ଠାରୁ ବ୍ରହ୍ମପୁର-ରାୟପୁର-ରାୟଗଡା, ଭବାନୀପାଟଣା ଭଳି ବିଭିନ୍ନ ଅଞ୍ଚଳକୁ ଗାଡି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଉଭୟ ପାର୍ଶ୍ୱରେ ଶହଶହ ଯାନବାହନ ଅଟକି ରହିଥିବାବେଳେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଅଭିଯୁକ୍ତମାନେ ଗିରଫ ନ ହେବା ପର୍ଯ୍ୟନ୍ତ ରାସ୍ତା ଅବରୋଧ ଜାରି ରହିବ ବୋଲି ଗ୍ରାମବାସୀ ଅଡ଼ି ବସିଥିଲେ। ଘଟଣା ସ୍ଥଳରେ ପ୍ରଶାସନ ତରଫରୁ ସ୍ଥାନୀୟ ବିଡ଼ିଓ ନରେଶ ଚନ୍ଦ୍ର ଶବର ଏବଂ ପୋଲିସ ବିଭାଗ ତରଫରୁ ସ୍ଥାନୀୟ ଥାନା ଅଧିକାରୀ ପ୍ରଶାନ୍ତ କୁମାର ବେହେରା ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ ମଧ୍ୟ ସେମାନେ ଜିଦ୍‌ରେ ଅଟଳ ରହିଥିଲେ। ଶେଷରେ କନ୍ଧମାଳ ଏସ୍‌ପି ପ୍ରତୀକ ସିଂ ଫୋନ ଯୋଗେ ଗ୍ରାମବାସୀଙ୍କ ସହ ଆଲୋଚନା କରି ଆଗାମୀ ୪/୫ ଦିନ ମଧ୍ୟରେ ହତ୍ୟାକାରୀଙ୍କୁ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେବାପରେ ଅପରାହ୍ନ ୪ଟାରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri