Posted inଜାତୀୟ

ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ମାମଲା: ଭାଜପାର ପୂର୍ବତନ ଏମ୍‌ପିଙ୍କ ସମେତ ୭ ଦୋଷୀ

ଅହମଦାବାଦ,୭ା୭(ପି.ଟି.): ୨୦୧୦ରେ ସୂଚନା ଅଧିକାର କର୍ମୀ ଅମିତ ଜେଠଓ୍ବାଙ୍କୁ ଗୁଳିକରି ହତ୍ୟା କରାଯିବା ଘଟଣାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଶନିବାର ଭାଜପାର ପୂର୍ବତନ ଏମ୍‌ପି ଦିନୁ ସୋଲାଙ୍କି ସମେତ ୭ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଗିର୍‌ ଜଙ୍ଗଲାଞ୍ଚଳରେ ବେଆଇନ ଖଣି ଖନନର ଗୁମର ଖୋଲିବା ଲାଗି ଜେଠଓ୍ବା ପ୍ରୟାସ କରୁଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିଲା। ସ୍ବତନ୍ତ୍ର ସିବିଆଇ ବିଚାରପତି କେ.ଏମ୍‌. ଡାଭେ ଜୁଲାଇ ୧୧ ତାରିଖରେ ଏହାର ଦଣ୍ଡ ଶୁଣାଣି କରିବେ।
ଗୁଜରାଟ ହାଇକୋର୍ଟ ଏହି ମାମଲାର ତଦନ୍ତ ଭାର ସିବିଆଇକୁ ପ୍ରଦାନ କରିଥିଲେ। ସୋଲାଙ୍କି ଗୁଜରାଟର ଜୁନାଗଡ଼ରୁ ୨୦୦୯ରୁ ୨୦୧୪ ମଧ୍ୟରେ ଏମ୍‌ପି ଥିଲେ। ସେ ଓ ତାଙ୍କ ଭାଇ ଶିବ ସୋଲାଙ୍କି ଏବଂ ଅନ୍ୟ ୫ ଅଭିଯୁକ୍ତଙ୍କ ବିରୋଧରେ ଅପରାଧ ଷଡ଼ଯନ୍ତ୍ର ଓ ହତ୍ୟା ମାମଲା ରୁଜୁ କରାଯାଇଥିଲା। ପ୍ରକାଶଥାଉ କି, ଜେଠଓ୍ବା ବେଆଇନ ଖଣି ଉତ୍ତୋଳନ ନେଇ ଜନସ୍ବାର୍ଥ ମାମଲା ରୁଜୁ କରିବା ପରେ ତାଙ୍କୁ ୨୦୧୦ ଜୁଲାଇ ୨୦ରେ ହାଇକୋର୍ଟ ବାହାରେ ଗୁଳିକରି ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?