ସୂଚନା ଅଧିକାର କର୍ମୀ ରଞ୍ଜନଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ପିସିସି

ମାର୍ଶାଘାଇ,୮।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମାଣିକପୁର ଗ୍ରାମର ସୂଚନା ଅଧିକାର କର୍ମୀ ରଞ୍ଜନ ଦାସଙ୍କ ମୃତ୍ୟୁକୁ ନେଇ ଶନିବାର ମାଣିକପୁର ଗ୍ରାମରେ ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ଏକ ପ୍ରତିନିଧି ଦଳ ପହଞ୍ଚିଥିଲେ। ଗତ ୧ ତାରିଖ ସକାଳୁ ରଞ୍ଜନଙ୍କ ମୃତଦେହ ବେରୁହାଁ-ହଳଦିଆ ରାସ୍ତାକଡରୁ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ରଞ୍ଜନ ସୂଚନା ଅଧିକାର କର୍ମୀ ହୋଇଥିବାରୁ ବିଭିନ୍ନ ଦୁର୍ନୀତିର ପର୍ଦ୍ଦାଫାସ କରୁଥିଲେ। ଏଣୁ ତାଙ୍କୁ ବାରମ୍ବାର ହତ୍ୟା ଧମକ ମିଳୁଥିବା ବେଳେ ଯୋଜନାବଦ୍ଧ ଭାବରେ ତାଙ୍କୁ ହତ୍ୟା କରାଯାଇଛି ବୋଲି ରଞ୍ଜନଙ୍କ ଭିଣୋଇ ବଳରାମ ଦାସ ମାର୍ଶାଘାଇ ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣାକୁ ନେଇ ଶନିବାର ପିସିସିର ଗଣେଶ୍ବର ବେହେରା, ନିଶିକାନ୍ତ ମିଶ୍ର, ଦୀନେଶ ଦାସ, ଅନିତା ବିଶ୍ବାଳଙ୍କ ସମେତ ସାତଜଣିଆ ସଦସ୍ୟ ରଞ୍ଜନଙ୍କ ଘରେ ପହଞ୍ଚି ସମବେଦନା ଜଣାଇଥିଲେ । ମୃତଦେହ ଉଦ୍ଧାର ହୋଇଥିବା ସ୍ଥାନ ବୁଲି ଦେଖିଥିଲେ । ଏହି ଘଟଣାରେ ପୋଲିସ ହତ୍ୟା ମାମଲା ରୁଜୁ କରିଥିବା ବେଳେ ତଦନ୍ତ ଉପରେ ପ୍ରଶ୍ନ ଉଠାଇ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛନ୍ତି ପିସିସି ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?