ସୂଚନା ଓ ଲୋକସମ୍ପର୍କ ବିଭାଗ: କୃପାସିନ୍ଧୁ ମିଶ୍ର ନୂତନ ନିର୍ଦ୍ଦେଶକ

ଭୁବନେଶ୍ୱର,୨୫।୬(ବ୍ୟୁରୋ)- କାର୍ଯ୍ୟକ୍ଷେତ୍ରରେ ଶୃଙ୍ଖଳା ଓ ଅନୁରାଗ ଦ୍ୱାରା ଅଧିକାରୀମାନେ ବିଶେଷ ଦକ୍ଷ ଓ ପ୍ରତିବଦ୍ଧ ହୋଇପାରିବେ । ସେଥିପାଇଁ କର୍ମସଂସ୍କୃତି, ସମୟାନୁବର୍ତ୍ତିତା ଓ ଦାୟିତ୍ୱବୋଧ ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକଭାବେ ମଙ୍ଗଳବାର ଦାୟିତ୍ୱ ନେଇଥିବା କୃପାସିନ୍ଧୁ ମିଶ୍ର ଏହି ପରାମର୍ଶ ଦେଇଛନ୍ତି । ପୂର୍ବାହ୍ନରେ ପ୍ରଶାସକ ମିଶ୍ରଙ୍କୁ ବିଭାଗୀୟ ବରିଷ୍ଠ ପଦାଧିକାରୀ ତଥା କର୍ମଚାରୀମାନେ ଲୋକସମ୍ପର୍କ ଭବନଠାରେ ସ୍ବାଗତ ଜଣାଇଥିଲେ। ଅପରାହ୍ନରେ ଅଧିକାରୀ ତଥା କର୍ମଚାରୀମାନଙ୍କର ଏକ ବୈଠକରେ ସେ ଅଧ୍ୟକ୍ଷତା କରିଥିଲେ।
ବୈଠକରେ ଅଧ୍ୟକ୍ଷତା କରି ନୂତନ ନିର୍ଦ୍ଦେଶକ ମିଶ୍ର କହିଛନ୍ତି ଯେ, ବିଭାଗର କାର୍ଯ୍ୟକ୍ରମ ସୁଦୂରପ୍ରସାରି ହୋଇପାରୁଛି। ଅଧିକାରୀମାନେ ସ୍ବଚ୍ଛତା, ଦକ୍ଷତା ଓ ସାଧୁତା ବଜାୟ ରଖି ଉତ୍ତମ ପ୍ରଶାସନର ସୁଫଳକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ଆବଶ୍ୟକ। ଅଧିକାରୀମାନେ ବୈଷୟିକ ପ୍ରଯୁକ୍ତି ବିଦ୍ୟାର ଉପଯୋଗ, ସମନ୍ବିତ ଆଦାନପ୍ରଦାନ ଓ ଅଭିଜ୍ଞତାର ଉପଲବ୍ଧି ଆଧାରରେ ଅଧିକ କ୍ରିୟାଶୀଳ ଓ ତତ୍ପର ହେବା ପାଇଁ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହାତ ବନ୍ଧା ଅବସ୍ଥାରେ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ: ବଢିଲା ହତ୍ୟା ସନ୍ଦେହ

କେନ୍ଦ୍ରାପଡ଼ା,୨।୬: କେନ୍ଦ୍ରପଡ଼ା ଜିଲା ସଦର ଥାନା ଅଧୀନ କଜଳା ରୋଡ ରେଳ ଧାରଣା କଡ଼ ଏକ ଗଛରୁ ଜଣେ ଯୁବକଙ୍କ ହାତବନ୍ଧା ଅବସ୍ଥାରେ ଝୁଲନ୍ତା ମୃତଦେହ ମଙ୍ଗଳବାର…

ଓରିଙ୍ଗା ଜଙ୍ଗଲରେ ଭିଜିଲାନ୍ସ ଟିମ୍‌: ବନୀକରଣରେ ଦୁର୍ନୀତି ଗନ୍ଧ

ଆଠଗଡ,୨।୬(ସତ୍ୟ ପ୍ରସାଦ ରଥ):କଟକ ଜିଲା ଆଠଗଡ଼ ବନାଞ୍ଚଳ ଅନ୍ତର୍ଗତ ଓରିଙ୍ଗା ସଂରକ୍ଷିତ ଜଙ୍ଗଲରେ ୨୫ ହେକ୍ଟର ଜମିରେ କରାଯାଇଥିବା ବନୀକରଣ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ ଆସିବା ପରେ…

ମମତାଙ୍କ ପାଇଁ ବଡ଼ ସଙ୍କଟ; ଦଳ ଛାଡିପାରନ୍ତି ୫୦ ବିଧାୟକ, କଣ ହେବ ଭବିଷ୍ୟତ?

କୋଲକାତା,୨।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ପରାଜୟ ପରେ, ତୃଣମୂଳ କଂଗ୍ରେସ ଭିତରେ ଆଭ୍ୟନ୍ତରୀଣ କନ୍ଦଳ ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ଏହା ଖୋଲାଖୋଲି ଭାବେ ସାମ୍ନାକୁ ଆସିଛି…

ନୂଆ ସରକାର ବୁଝିଲେ ଛାତ୍ରୀଛାତ୍ରଙ୍କ ସମସ୍ୟା: ୧୩ କୋଟି ଟଙ୍କା ବ୍ୟୟରେ…

ଭଞ୍ଜନଗର,୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଶିଳ୍ପ ତାଲିମ କେନ୍ଦ୍ରର ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଓ ୧୫୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସର ଶିଳାନ୍ୟାସ ମଙ୍ଗଳବାର ହୋଇଛି।…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ଶପଥ ନେଲେ ସୁପ୍ରିମକୋର୍ଟର ୫ ନୂଆ ବିଚାରପତି

ନୂଆଦିଲ୍ଲୀ,୨।୬: ସୁପ୍ରିମକୋର୍ଟରେ ମଙ୍ଗଳବାର ୫ ନୂଆ ବିଚାରପତି ଶପଥ ନେଇଛନ୍ତି। ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚଛି। ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ଆସିଲା ଖୁସିଖବର: ମା’ ହେଲା ‘ଜିନ୍ନତ’

ଭୁବନେଶ୍ୱର,୨।୬: ମୟୁରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ଏକ ଖୁସି ଖବର ଆସିଛି॥ ମା’ ହୋଇଛି ବାଘୁଣୀ ‘ଜିନ୍ନତ’। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ? ବଡ଼ ସଙ୍କେତ ଦେଲା BCCI

ନୂଆଦିଲ୍ଲୀ,୨।୬: ଯେତେବେଳେ ବି IPLର 19ତମ ସିଜିନ ବିଷୟରେ ଆଲୋଚନା ହୁଏ, ସମସ୍ତଙ୍କ ମୁହଁରେ ପ୍ରଥମେ ନାମ ନିଶ୍ଚିତ ଭାବରେ 15 ବର୍ଷୀୟ ଯୁବ ସେନସେସନ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri