ସୂର୍ଯ୍ୟକାନ୍ତିକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

 

ପର୍ଲା, ୬ା୧୨ (ଡି.ଏନ.ଏ.)-
କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ନିସାହା ବିଧବା ସୂର୍ଯ୍ୟକାନ୍ତି ଧରୁଆ(୩୮)। ତାକର ଦୁରଦଶା ବାବ୍‌ଦେ ଗଲା ନଭେମ୍ବର ୧୩ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଭତା, ଆବାସ ଯୋଜନାରୁ ବଁଚିତ, ଭିଖ୍‌ ମାଗି ପେଟ୍‌ ପାଲୁଛନ୍‌ ସୂର୍ଯ୍ୟକାନ୍ତି’ ଶୀରଷକ୍‌ରେ ଖବର ବାହାରିଥିଲା। ଖବର ବାହାରଲାରୁ ବୁଧବାର ବ୍ଲକ ପରଶାସନ ସୂର୍ଯ୍ୟକାନ୍ତିକଁର ପାସେ ପୁହୁଁଚି ସବୁ ପରକାର ସରକାରୀ ସାହାଯ୍‌ ଯୁଗେଇ ଦେବାକେ କଥା ଦେଇଥିବାର ଜନାଯାଇଛେ।
ସୂଚନା ହିସାବେ, ବେହେରାଗୁଡ଼ା ଗଁାର ନିସାହା ବିଧବା ମହିଲା ସୂର୍ଯ୍ୟକାନ୍ତି ଝନେ ନିହାତି ଗରିବ୍‌ ନିସାହା ମହିଲା। ୧୦ ବଛର ହେଲା ଗୁଟେ ଭଂଗା ଦଦ୍‌ରା ମାଏଟ୍‌ କୁରିଆରେ ପଲିଥିନ୍‌ ଢ଼ାପି ରହିଆସୁଛନ୍‌। ଦୁଇ ବଛର ତଲେ ନିଜର ଆପ୍‌ନେକେ ହରେଇଛନ୍‌। ସରକାରୀ ସାହାଯ୍‌ କହେଲେ ମାସିକ ୫ କେ.ଜି. ଚାଉଲ ପାଉଛନ୍‌। ହେଲେ ସେଟା ପେଟ୍‌କେ ନିଅଁଟ୍‌। ସେଥିରଲାଗି ସେ ଭିଖ୍‌ ମାଗି ପେଟ୍‌ ପାଲୁଛନ୍‌। ସୂର୍ଯ୍ୟକାନ୍ତିକଁର ଦୁରଦଶା ବାବ୍‌ଦେ ଧରିତ୍ରୀରେ ଟିକିନିଖିନୁ ଖବର ବାହାରିଥିଲା। ଖବର ବାହାରଲା ଉତାରୁ ବୁଧୁବାର ଧର୍ମଗଡ଼ ବିଡିଓ ଅଶୋକ କୁମାର ଭୋଇ, ଯନ୍ତ୍ରୀ ମାନସ କୁମାର ସେଠୀ ଆର ପଁଚେତ୍‌ କାର୍ଯ୍ୟନିର୍ବାହୀ ଅଧ୍‌କାରୀ ପ୍ରସାନ୍ତ କୁମାର ମାଝି ସୂର୍ଯ୍ୟକାନ୍ତିକଁର ଘରେ ପୁହୁଁଚିଥିଲେ। ବିଡିଓ ଭୋଇ ସୂର୍ଯ୍ୟକାନ୍ତିକୁଁ ଆବାସ ଯୋଜନାରେ ଘର ଖଁଡ଼େ, ଅନ୍ତ୍ୟୋଦୟ ଅନ୍ନପୂର୍ଣ୍ଣା ଯୋଜନାରେ ମାସିକ ୩୫ କେ.ଜି. ଚାଉଲ ଯୁଗେଇ ଦେବାକେ କଥା ଦେଇଥିବାର ଜନାଯାଇଛେ। ପରଶାସନନୁ ସାହାଯ୍‌ର ପରତିଶୁରତି ପାଏଲାରୁ ସୂର୍ଯ୍ୟକାନ୍ତି ଧରିତ୍ରୀ ପରିବାର ଆର ପରଶାସନକେ ଧଏନ୍‌ବାଦ ଦେଇଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…

ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri