ସୂର୍ଯ୍ୟକିରଣ ଓ ଅସ୍ଥି

ଅସ୍ଥି ମଜଭୁତ ରହିବା ପାଇଁ ଭିଟାମିନ୍‌ ‘ଡି’ର ପ୍ରମୁଖ ଭୂମିକା ରହିଛି। ତେଣୁ ଏପରି ଭିଟାମିନ୍‌ଯୁକ୍ତ ଖାଦ୍ୟକୁ ଆମେ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ଦରକାର। ସୂର୍ଯ୍ୟକିରଣ ଏହାର ଅନ୍ୟତମ ଉତ୍ସ ଭାବରେ ପରିଗଣିତ। ତେବେ ଅନ୍ୟଦିନ ଅପେକ୍ଷା ଶୀତଦିନର ସୂର୍ଯ୍ୟକିରଣ ଅସ୍ଥି ପାଇଁ ଅଧିିକ ଲାଭଦାୟକ ହୋଇଥାଏ ବୋଲି ସଦ୍ୟତମ ଗବେଷଣାରୁ ଜଣାପଡିଛି। ‘ସୂର୍ଯ୍ୟକିରଣ ଓ ଅସ୍ଥି’ ଶୀର୍ଷକ ବିଷୟକୁ ନେଇ ଓ୍ବାଶିଂଟନ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ କରିଥିିବା ଗବେଷଣାରୁ ଏପରି ତଥ୍ୟ ମିଳିଛି। ଅନ୍ୟ ଋତୁ ଅପେକ୍ଷା ଶୀତଦିନେ ସୂର୍ଯ୍ୟକିରଣରେ ଉତ୍ତାପ କମ୍‌ ଥାଏ। ତେଣୁ ଏହି ଦିନରେ ସୂର୍ଯ୍ୟକିରଣ ସୁପ୍ରଭାବ ଅଧିିକ ପରିମାଣରେ ଅସ୍ଥି ଉପରେ ପଡିଥାଏ। ତେଣୁ ଶୀତଦିନେ ଜଣେ ବ୍ୟକ୍ତି କିଛି ସମୟ ସୂର୍ଯ୍ୟକିରଣ ସଂସ୍ପର୍ଶରେ ଆସିଲେ ତାହା ଅସ୍ଥିକୁ ମଜଭୁତ କରିଥାଏ ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସୂର୍ଯ୍ୟକିରଣ ସଂସ୍ପର୍ଶରେ ଆସିଲେ ତ୍ୱଚାରେ ଥିତ୍ବା ‘ଏଗ୍ରୋଷ୍ଟୋରେଲ’ ତତ୍ତ୍ୱ ଭିଟାମିନ୍‌ ‘ଡି’ରେ ରୂପାନ୍ତରିତ ହୋଇଥାଏ, ଯାହାଦ୍ୱାରା ମାଂସପେଶୀ ପୂର୍ବାପେକ୍ଷା ଶକ୍ତ ହୁଏ। ଅପରପକ୍ଷରେ ସୂର୍ଯ୍ୟକିରଣ ଆମ ଶରୀରରେ ‘ଓଷ୍ଟିଓକ୍ଲେକିନ’ ନାମକ ପ୍ରୋଟିନ୍‌ ପ୍ରସ୍ତୁତ କରେ ଯାହା ଅସ୍ଥିକୁ ମଜଭୁତ କରିବାରେ ସହାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri