Posted inଜାତୀୟ

ସେନଗାର ମୋତେ ମାରିଦେବାକୁ ଚାହୁଁଥିଲେ:ଉନ୍ନାଓ ପୀଡ଼ିତା

ନୂଆଦିଲ୍ଲୀ, ୬।୯:ଉନ୍ନାଓ ବଳାତ୍କାର ପୀଡ଼ିତା ସଡ଼କ ଦୁର୍ଘଟଣା ପାଇଁ ବିଧାୟକ କୁଲଦୀପ ସିଂହ ସେନଗାରଙ୍କୁ ଦାୟୀ କରିଛନ୍ତି। ଦିଲ୍ଲୀର ଏମ୍ସରେ ଚିକିତ୍ସିତ ହେଉଥିବା ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଛି। ଶୁକ୍ରବାର ସିବିଆଇକୁ ଦେଇଥିବା ଏକ ବୟାନରେ ସେ କହିଛନ୍ତି, ଦୁର୍ଘଟଣା ପୂର୍ବରୁ ତାଙ୍କୁ ଅଭିଯୁକ୍ତ ବିଧାୟକ କୁଲଦୀପ ସିଂହ ସେନଗାରଙ୍କ ଜଣେ ସହଯୋଗୀ ହତ୍ୟା ଧମକ ଦେଇଥିଲେ। ସେ ହିଁ ସଡ଼କ ଦୁର୍ଘଟଣା ପାଇଁ ଦାୟୀ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଜୁଲାଇ ୨୮ରେ ନିଜ ଦାଦାଙ୍କୁ ଭେଟିବାକୁ ରାଏବରେଲିସ୍ଥିତ ଜେଲକୁ କାରରେ ଯାଉଥିଲେ। ସାଥୀରେ ତାଙ୍କର ଜଣେ ସମ୍ପର୍କୀୟ ଏବଂ ଓକିଲ ଥିଲେ। ଓକିଲ ନିଜେ ଗାଡ଼ି ଚଳାଉଥିଲେ। ଏହି ସମୟରେ ଏକ ଟ୍ରକ ତାଙ୍କ କାରକୁ ଧକ୍କା ଦେଇଥିଲା। ଓକିଲ ଗାଡ଼ିକୁ ପଛକୁ ନେଇଯିବାକୁ ଉଦ୍ୟମ କରିବା ସମୟରେ ଟ୍ରକ ଡ୍ରାଇଭର ଟ୍ରକକୁ ତାଙ୍କ କାର ଉପରେ ଚଢ଼ାଇ ଦେଇଥିଲେ ବୋଲି ପୀଡ଼ିତା କହିଛନ୍ତି। ତେବେ ଏହି ଦୁର୍ଘଟଣାରେ ତାଙ୍କ ସମ୍ପର୍କୀୟ ଜଣଙ୍କ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ। ଏହି ଘଟଣାର ଯାଞ୍ଚ୍‌ ଏବେ ସିବିଆଇ କରୁଛି। ଉନ୍ନାଓ ବଳାତ୍କାର ଘଟଣାକୁ ନେଇ ସାରା ଦେଶରେ ଚର୍ଚ୍ଚା ହୋଇଥିଲା। ୨୦୧୭ରେ ବିଜେପି ବିଧାୟକ କୁଲଦୀପ ସିଂହ ତାଙ୍କୁ ଅପହରଣ କରି ବଳାତ୍କାର କରିଥିଲେ ବୋଲି ପୀଡ଼ିତା ଅଭିଯୋଗ କରିବା ପରେ ତାଙ୍କ ବାପାଙ୍କୁ ଚଞ୍ଚକତା କରି ହତ୍ୟା କରାଯିବା ଅଭିଯୋଗ ହୋଇଥିଲା। ଯାହାକୁ ନେଇ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏବେ ସମ୍ପୃକ୍ତ ବିଧାୟକ ଗିରଫ ହୋଇ ଜେଲରେ ଥିଲାବେଳେ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri