Posted inଜାତୀୟ

ସେନା ଯବାନଙ୍କ ପାଇଁ ପଠାଯିବ ୪୦ ହଜାର ବୁଲେଟ୍‌ ପ୍ରୁଫ୍‌ ଜ୍ୟାକେଟ୍‌: ଏକେ-୪୭ ଗୁଳିମାଡ଼କୁ ଆଉ ରହିବନି ଭୟ

ଶ୍ରୀନଗର,୧୯।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ସହିତ ମୁକାବିଲା କରୁଥିବା ଯବାନଙ୍କ ସୁରକ୍ଷା ପାଇଁ ଖୁବ୍‌ ଶୀଘ୍ର ୪୦ ହଜାର ବୁଲେଟ୍‌ ପ୍ରୁଫ୍‌ ଜ୍ୟାକେଟ୍‌ ପଠାଯିବ। ଏହି ଜ୍ୟାକେଟ୍‌ର ଏକେ-୪୭ ସହିତ ଅନ୍ୟ ବନ୍ଧୁକର ଗୁଳିମାଡ଼କୁ ସହ୍ୟ କରିବାର କ୍ଷମତା ରହିଛି। ବୋରନ୍‌ କାର୍ବାଇଡ୍‌ ସେରାମିକ୍‌ରେ ପ୍ରସ୍ତୁତ ଏହି ଜ୍ୟାକେଟ ଯବାନଙ୍କୁ ସମ୍ପୂର୍ଣ୍ଣ ସୁରକ୍ଷା ଦେବାକୁ ସକ୍ଷମ। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସ୍ବଦେଶୀ କମ୍ପାନୀ ଏସ୍‌ଏମ୍‌ପିପିକୁ ଯବାନମାନଙ୍କ ଲାଗି ଲକ୍ଷେ ୮୬ ହଜାର ବୁଲେଟ୍‌ ପ୍ରୁଫ୍‌ ଜ୍ୟାକେଟ୍‌ ତିଆରି ପାଇଁ ୬ଶହ ୩୯ କୋଟି ଟଙ୍କାର ଠିକା ଦିଆଯାଇଥିଲା। ପ୍ରଥମ ବର୍ଷ କମ୍ପାନୀ ୩୬ ହଜାର ଜ୍ୟାକେଟ୍‌ ଯୋଗାଇ ଦେବାକୁ ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଏଥିପାଇଁ ସମ୍ପୃକ୍ତ କମ୍ପାନୀକୁ ୨୦୨୧ ପର୍ଯ୍ୟନ୍ତ ସମୟ ଦିଆଯାଇଛି। ତେବେ ୨୦୨୦ ଶେଷ ସୁଦ୍ଧା ସମସ୍ତ ଜ୍ୟାକେଟ ପ୍ରତିରକ୍ଷା ବିଭାଗକୁ ହସ୍ତାନ୍ତର କରାଯିବ ବୋଲି କମ୍ପାନୀ କହିଛି। ଜ୍ୟାକେଟ୍‌ଗୁଡ଼ିକୁ କାନପୁର ସ୍ଥିତ କେନ୍ଦ୍ରୀୟ ଅର୍ଡିନାନ୍ସ୍‌ ଡିପୋକୁ ପଠାଯାଇଛି। ସେଠାରୁ ଏଗୁଡ଼ିକୁ ଜମ୍ମୁ-କଶ୍ମୀର ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri