Posted inଜାତୀୟ

ସେନ୍‌ଗାରଙ୍କ ବିରୋଧରେ ରାୟ ଆଜି

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଉନ୍ନାଓ ବଳାତ୍କାର ମାମଲାରେ ଭାଜପାରୁ ବହିଷ୍କୃତ ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କ ବିରୋଧରେ ଦିଲ୍ଲୀର ଏକ ଅଦାଲତ ସୋମବାର ରାୟ ପ୍ରଦାନ କରିବେ। ୨୦୧୭ରେ ଜଣେ ନାବାଳିକାଙ୍କୁ ବିଧାୟକ ସେନ୍‌ଗାର ଅପହରଣ ପରେ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ସିବିଆଇ ଏବଂ ଅଭିଯୁକ୍ତଙ୍କ ଚୂଡାନ୍ତ ଯୁକ୍ତି ଶୁଣିବା ପରେ ଜିଲା ଜଜ୍‌ ଧର୍ମେଶ ଶର୍ମା ୧୬ ତାରିଖକୁ ରାୟ ସଂରକ୍ଷିତ ରଖିଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ମାମଲାକୁ ଲକ୍ଷ୍ନୌରୁ ଦିଲ୍ଲୀ କୋର୍ଟକୁ ସ୍ଥାନାନ୍ତର କରାଯିବା ପରେ ଅଗଷ୍ଟ ୫ରୁ ଏହା ଉପରେ ଦୈନନ୍ଦିନ ଶୁଣାଣି ହୋଇଥିଲା। ପରେ ଭାଜପା ସେନ୍‌ଗାରଙ୍କୁ ଦଳରୁ ବହିଷ୍କାର କରିଥିଲା।
୯ରେ ସେନ୍‌ଗାର ଓ ଅନ୍ୟତମ ଅଭିଯୁକ୍ତ ଶଶୀ ସିଂଙ୍କ ବିରୋଧରେ ଅଦାଲତ ଆଇପିସି ଏବଂ ପୋକ୍ସୋ ଆଇନର ବିଭିନ୍ନ ଧାରାରେ ଚାର୍ଜଫ୍ରେମ୍‌ କରିଥିଲେ। ଜୁଲାଇ ୨୮ରେ ପୀଡ଼ିତାଙ୍କୁ ମାରିଦେବା ପାଇଁ ସେନ୍‌ଗାର ଉଦ୍ୟମ କରିଥିଲେ ବୋଲି ଅଭିଯୋଗ ହୋଇଥିଲା। ସେ ଯାଉଥିବା କାରକୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା, ଯେଉଁଥିରେ ପୀଡ଼ିତାଙ୍କ ଦୁଇଜଣ ଖୁଡ଼ୀଙ୍କ ମୃତ୍ୟୁ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା…

ପାକିସ୍ତାନରେ ଆଇପିଏଲ ବ୍ୟାନ୍‌, ହେଲେ ସୀମା ଆରପାରିରେ ଜୋର୍‌ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…

ଥିଲେ ଚାକରାଣୀ, ହେଲେ ମନ୍ତ୍ରୀ: କାଲିତାଙ୍କ ଫିଟିଗଲା ଭାଗ୍ୟ

କୋଲକାତା,।୧।୬: ପଶ୍ଚିମବଙ୍ଗରେ ଶୁଭେନ୍ଦୁ ଅଧିକାରୀ ସରକାରଙ୍କ କ୍ୟାବିନେଟ ସମ୍ପ୍ରସାରିତ ହୋଇଛି। ପ୍ରଥମ ଥର ପାଇଁ ରାଜ୍ୟରେ କ୍ଷମତାକୁ ଆସିଥିବା ଭାରତୀୟ ଜନତା ପାର୍ଟି (ଭାଜପା) କ୍ୟାବିନେଟ ଚୟନ…

ଇନ୍ଦ୍ରମଣି ସ୍କୁଲ ଚୋରି ଘଟଣା; ୱାଚମ୍ୟାନକୁ ଉଠାଇନେଲା ଧାମନଗର ପୋଲିସ

ତିହିଡ଼ି,୧।୬(କାଳନ୍ଦୀ ବେହେରା): ଧାମନଗର ଥାନା ଅନ୍ତର୍ଗତ ଇନ୍ଦ୍ରମଣି ଉଚ୍ଚ ବିଦ୍ୟାପୀଠରେ ଘଟିଥିବା ବଡ଼ଧରଣର ଚୋରି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ବିଦ୍ୟାଳୟରୁ ଇନଭର୍ଟର, ଦୁଇଟି…

ବିକ୍ରି ହୋଇଥିଲେ ୧.୧୦ କୋଟିରେ, ଏବେ ବ୍ୟାଙ୍କ ଆକାଉଣ୍ଟକୁ ଆସିବ କୋଟି କୋଟି ଟଙ୍କା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧।୬: IPL ୨୦୨୬ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ଉଲ୍ଲେଖନୀୟ ସିଜନ ଥିଲା। ସେ ଅନେକ ପୁରସ୍କାର ଜିତିଥିଲେ, ଯେଉଁଥିରେ ଅରେଞ୍ଜ କ୍ୟାପ ମଧ୍ୟ ଥିଲା, ଯାହା…

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri