Posted inଖେଳ

ସେପ୍ଟେମ୍ବରରେ ଆୟୋଜନ ହେବ ଇଟାଲିଆନ୍‌ ଓପନ୍‌

ମିଲାନ,୩୦।୫(ଏଏଫ୍‌ପି): ଆସନ୍ତା ସେପ୍ଟେମ୍ବରରେ ରୋମ୍‌ରେ ଇଟାଲିଆନ ଓପନ୍‌ ଟେନିସ ଟୁର୍ନାମେଣ୍ଟ ଆୟୋଜନ ହେବ। ଏହି ଏଟିପି ଓ ଡବ୍ଲ୍ୟୁଟିଏ ରୋମ କ୍ଲେ- କୋର୍ଟ ଟୁର୍ନାମେଣ୍ଟ ଆୟୋଜନ ନେଇ ଇଟାଲିଆନ ଟେନିସ ଫେଡେରେଶନ ଅଧ୍ୟକ୍ଷ ଆଞ୍ଜେଲୋ ବିନାଘି ସୂଚନା ଦେଇଛନ୍ତି।

ଚଳିତ ବର୍ଷର ସଂସ୍କରଣ ଫୋରୋ ଇଟାଲିକୋରେ ମେ ୧୧ରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ଥିଲା। ତେବେ କୋଭିଡ୍‌-୧୯ ମହାମାରୀ କାରଣରୁ ଏହି ଟୁର୍ନାମେଣ୍ଟକୁ ବାତିଲ କରାଯାଇଥିଲା। ଯଦି ସବୁକିଛି ଠିକ୍‌ଠାକ୍‌ ଚାଲେ ତା’ହେଲେ ଏହି ଟୁର୍ନାମେଣ୍ଟ ଆୟୋଜନ କରିବାରେ କୌଣସି ସମସ୍ୟା ରହିବ ନାହିଁ ବୋଲି ବିନାଘି ‘ସୁପର ଟେନିସ୍‌’କୁ ସାକ୍ଷାତକାର ଦେଇ କହିଛନ୍ତି। ଏଥିରେ ଟେନିସ ପ୍ରଶଂସକ ସାମିଲ ହେବା ନେଇ ଇଟାଲୀ କ୍ରୀଡ଼ାମନ୍ତ୍ରୀ ଭିନ୍‌ସେଞ୍ଜୋ ସ୍ପାଡଫୋରା ଆଲୋଚନା କରିବେ ବୋଲି ବିନାଘି କହିଛନ୍ତି। ଅବଶ୍ୟ ଏହି ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ୍‌ ସହ ଏକା ସମୟରେ ଆୟୋଜନ ହେବ। ରୋଲାଣ୍ଡ ଗ୍ରାରସ୍‌ରେ ଫ୍ରେଞ୍ଚ୍‌ ଓପନ୍‌ ସେପ୍ଟେମ୍ବର ୨୦ ତାରିଖରୁ ଆରମ୍ଭ ହେବ। ଏହାର କ୍ୱାଲିଫାଇଂ ଟୁର୍ନାମେଣ୍ଟ ଗୋଟିଏ ସପ୍ତାହ ପୂର୍ବରୁ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri