ସେପ୍ଟେମ୍ବର ସୁଦ୍ଧା ଆସିବ କରୋନା ଟିକା !

ଲଣ୍ଡନ,୧୮।୪: କରୋନା ଭାଇରସର ସଂକ୍ରମଣ ସାରା ବିଶ୍ୱକୁ ଚିନ୍ତାରେ ପକାଇଥିବା ବେଳେ ଏବେ ସବୁ ବିକାଶଶୀଳ ଦେଶ ଏହାକୁ ନେଇ ଗବେଷଣା ଜାରି ରଖିଛନ୍ତି। ବିଶେଷ କରି ଏହି ଭୂତାଣୁକୁ ମାରିବାକୁ ଏପର୍ଯ୍ୟନ୍ତ କୌଣସି ନିର୍ଦ୍ଦିଷ୍ଟ ଔଷଧ ନ ଥିବାରୁ ଏହା ଉପରେ ଅଧିକ ଗବେଷଣା ଚାଲିଛି। ଏହାକୁ ନେଇ ବ୍ରିଟିଶ ବୈଜ୍ଞାନିକମାନେ ଦାବି କରିଛନ୍ତି କି ଆସନ୍ତା ସେପ୍ଟେମ୍ବର ସୁଦ୍ଧା କରୋନା ଟିକା ଆସିଯିବ। ବ୍ରିଟେନର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଭ୍ୟାକ୍ସିନୋଲେଜି ବିଭାଗର ପ୍ରଫେସର ସାରା ଗିଲବର୍ଟ କରୋନା ଭାଇରସ ପାଇଁ ଭ୍ୟାକସିନ୍‌ ବାହାର କରିଥିବା ଦାବି କରିଛନ୍ତି ବୋଲି ଜଣାପଡିଛି। ଶୁକ୍ରବାର ଖବରଦାତାଙ୍କ ସହ କଥା ହୋଇ ସେ ଏପରି ଦାବି କରିଛନ୍ତି। ସେ କହିଛନ୍ତି ପୂର୍ବରୁ ଆମେ ଏକ ମହାମାରୀ ରୂପ ନେଉଥିବା ରୋଗ ଉପରେ ଗବେଷଣା କରୁଥିଲୁ ଯାହାର ନାମ ଏକ୍ସ ରଖାଯାଇଥିଲା। ହେଲେ ଏଥିପାଇଁ ଆମେ ଯୋଜନା ବଦ୍ଧ ଭାବେ କାମ କରିବାର ଆବଶ୍ୟକତା ଥିଲା। ଏବେ ଯେଉଁ ଗବେଷଣା ଚାଲିଛି ସେଥିରେ ୧୨ଥର ପରୀକ୍ଷା କରାଯାଇଥିବା ବେଳେ ଏହାର ମାତ୍ର ଗୋଟିଏ ଡୋଜ୍‌ରେ ରୋଗ ପ୍ରତିରୋଧକ କ୍ଷମତା ବୃଦ୍ଧି ହେଉଥିବା ଦେଖାଯାଇଛି। ପ୍ରଫେସର ଗିଲବର୍ଟ କହିଛନ୍ତି ଏହାର କ୍ଲିନିକାଲ ଟେଷ୍ଟ ଆରମ୍ଭ ହୋଇସାରିଛି। ତେଣୁ ଅନୁମାନ କରାଯାଉଛି କି ସେପ୍ଟେମ୍ବର ସୁଦ୍ଧା ଏହାର ୧୦ ଲକ୍ଷ ଡୋଜ୍‌ ଉପଲବ୍ଧ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri