Posted inଖେଳ

ସେମିରେ ପରାଜୟ ସତ୍ତ୍ୱେ ବଜରଙ୍ଗ, ଦାହିୟାଙ୍କୁ ଅଲିମ୍ପିକ ଯୋଗ୍ୟତା

ନୁର୍‌-ସୁଲତାନ (କାଜାଖସ୍ତାନ), ୧୯।୯(ପି.ଟି.)- ଏଠାରେ ଚାଲିଥିବା ବିଶ୍ୱ ରେସ୍‌ଲିଂ ଚାମ୍ପିୟନଶିପ୍‌ର ସେମିଫାଇନାଲରେ ପରାଜୟ ସତ୍ତ୍ୱେ ଷ୍ଟାର୍‌ ଭାରତୀୟ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ (୬୫ କିଗ୍ରା) ୨୦୨୦ ଟୋକିଓ ଅଲିମ୍ପିକକୁ ଯୋଗ୍ୟତା ହାସଲ କରିଛନ୍ତି। ବଜରଙ୍ଗଙ୍କ ବ୍ୟତୀତ ଅନ୍ୟତମ ଭାରତୀୟ ରେସ୍‌ଲର ରବି ଦାହିୟା (୫୭)ଙ୍କୁ ମଧ୍ୟ ଅଲିମ୍ପିକ ଟିକେଟ୍‌ ମିଳିଛି।
ପୁରୁଷ ୬୫ କିଗ୍ରା ବର୍ଗରେ ପୁନିଆ ଗୁରୁବାର ନର୍ଥ କୋରିଆର ଜଙ୍ଗ୍‌ ସନ୍‌ଙ୍କୁ ୮-୧ରେ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିବା ସହ ଅଲିମ୍ପିକକୁ ଯୋଗ୍ୟତା ହାସଲ କରିଥିଲେ। କିନ୍ତୁ ସେମିଫାଇନାଲରେ ୨୫ ବର୍ଷୀୟ ଏହି ହରିୟାଣା ବକ୍ସରଙ୍କୁ ବିଦାଦୀୟ ପରିସ୍ଥିତିରେ ପରାଜୟ ବରଣ କରିବାକୁ ପଡ଼ିଥିଲା। ସେମିଫାଇନାଲରେ ବଜରଙ୍ଗଙ୍କ ମୁକାବିଲା ଘରୋଇ ରେସ୍‌ଲର ଦଉଲେଟ୍‌ ନିୟାଜବେକୋଭଙ୍କ ସହ ହୋଇଥିଲା। ଉଭୟ ରେସ୍‌ଲର ନିର୍ଦ୍ଧାରିତ ସମୟସୀମା ସୁଦ୍ଧା ସମାନ ୯-୯ ପଏଣ୍ଟ ସ୍କୋର କରିଥିଲେ। ନିୟାଜବେକୋଭଙ୍କୁ ବାଉଟ୍‌ର ଏକ ଥ୍ରୋ’ରେ ଏକାଥରକେ ୪ ପଏଣ୍ଟ ମିଳିଥିବାରୁ ଶେଷରେ ତାଙ୍କୁ ରେଫରି ବିଜୟୀ ଘୋଷିତ କରିଥିଲେ। ସେହିଭଳି ମୁକାବିଲା ମଝିରେ ଘରୋଇ ରେସ୍‌ଲର ନିୟାଜବେକୋଭଙ୍କ ସପକ୍ଷରେ ରେଫରି କିଛି ନିଷ୍ପତ୍ତି ପ୍ରଦାନ କରିଥିଲେ। ଏହି ନିଷ୍ପତ୍ତିରେ ବଜରଙ୍ଗ କ୍ଷୁବ୍ଧ ହୋଇଥିବା ଜଣାପଡ଼ିଛି। ରେସ୍‌ଲିଂର ଏହି ସର୍ବୋଚ୍ଚ ପ୍ରତିଯୋଗିତାର ଗତ ସଂସ୍କରଣରେ ରୌପ୍ୟ ପଦକ ଜିତିଥିବା ବଜରଙ୍ଗ ଏବେ ଶୁକ୍ରବାର ବ୍ରୋଞ୍ଜ ପଦକ ପାଇଁ ଲଢ଼େଇ କରିବେ। ସେହିଭଳି ୫୭ କିଗ୍ରା ବର୍ଗର ସେମିଫାଇନାଲରେ ପ୍ରବେଶ କରିଥିବା ଅନ୍ୟତମ ଭାରତୀୟ ରେସ୍‌ଲର ରବି ଦାହିୟାଙ୍କୁ ମଧ୍ୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ସେ ୪-୬ରେ ବିଶ୍ୱ ଚାମ୍ପିୟନ ରୁଷିଆର ଜାଉର୍‌ ଉଗୁଏଭଙ୍କ ନିକଟରୁ ହାରିଯାଇଛନ୍ତି। ସେ ମଧ୍ୟ ଏବେ ବ୍ରୋଞ୍ଜ ପଦକ ବାଉଟ୍‌ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri