Posted inଖେଳ

ସେରେନା-ଭେନସ୍‌ ପ୍ରତିଦ୍ୱନ୍ଦ୍ୱୀତା: ୩୧ତମ ମୁକାବିଲାର ସାନ ଭଉଣୀ ବିଜୟୀ

ଲେକ୍ସିଂଟନ,୧୪।୮(ଏପି): ଆମେରିକୀୟ ମହିଳା ଟେନିସ ତାରକା ତଥା ଦୁଇ ଭଉଣୀ ସେରେନା ଓ ଭେନସ ଓ୍ବିଲିୟମ୍ସଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱୀତା ନେଇ ପୁଣି ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ପ୍ରତିଦ୍ୱନ୍ଦ୍ୱୀତା ବେଶ୍‌ ରୋମାଞ୍ଚକ ହୋଇଥାଏ। ଏଥିରେ ସାନ ଭଉଣୀ ସେରେନାଙ୍କ ପଲା ସବୁବେଳେ ଭାରି ରହି ଆସିଛି। ଏଠାରେ ଚାଲିଥିବା ଡବ୍ଲ୍ୟୁଟିଏ ଟପ୍‌ ସିଡ୍‌ ଓପନ୍‌ରେ ସେରେନା ଗୁରୁବାର ସେକେଣ୍ଡ ରାଉଣ୍ଡ ମ୍ୟାଚ ଅପ୍‌ରେ ଭେନସଙ୍କୁ ୩-୬, ୬-୩, ୬-୪ ସେଟରେ ପରାସ୍ତ କରିଛନ୍ତି। ଉଭୟ ପେସାଦାର ଟେନିସ୍‌ରେ ପରସ୍ପରକୁ ୩୧ତମ ମୁକାବିଲରେ ଭେଟିଥିଲେ। ଏହି ବିଜୟ ସହ ସେରେନା କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏହି ବିଜୟ ସହ ସେରେନା ୟୁଏସ୍‌ ଓପନ୍‌ ପାଇଁ ତାଙ୍କ ପ୍ରସ୍ତୁତି ଜୋରଦାର କରିଛନ୍ତି। ଟପ୍‌ସିଡ୍‌ ସେରେନା ଏବେ ନିଜ ଦେଶର ଓ୍ବାଇଲ୍ଡ କାର୍ଡ ଏଣ୍ଟ୍ରି ପାଇଥିବା ଶେଲବି ରୋଜର୍ସଙ୍କୁ ଭେଟିବେ।
ଦୀର୍ଘ ୨୨ବର୍ଷ ପୂର୍ବେ ଦୁଇ ଭଉଣୀ ପ୍ରଥମଥର ପାଇଁ ମୁହଁମୁହିଁ ହୋଇଥିଲେ। ଏପର୍ଯ୍ୟନ୍ତ ଉଭୟ ୩୧ଥର ପରସ୍ପରକୁ ଭେଟିଛନ୍ତି। ଏଥିରେ ସେରେନା ୧୯ଥର ବିଜୟୀ ହୋଇଥିବା ବେଳେ ଭେନସ ୧୨ଥର ବାଜି ମାରିଛନ୍ତି। ପ୍ରତିଦ୍ୱନ୍ଦ୍ୱୀତାରେ ଭେନସଙ୍କଠାରୁ ସେରେନା ଆଗରେ ରହିଛନ୍ତି। ସେରେନା ଏପର୍ଯ୍ୟନ୍ତ ୨୩ଟି ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ଆଉ ଗୋଟିଏ ଟାଇଟଲ ଜିତିଲେ ସେ ଅଷ୍ଟ୍ରେଲିଆର କିମ୍ବଦନ୍ତୀ ମହିଳା ଖେଳାଳି ମାର୍ଗରେଟ କୋର୍ଟଙ୍କର ୨୪ଟି ଗ୍ରାଣ୍ଡସ୍ଲାମ୍‌ ଟାଇଟଲ ହାସଲ ବିଶ୍ୱରେକର୍ଡର ସମକକ୍ଷ ହେବେ। ଅନ୍ୟପଟେ ଭେନସ ମାତ୍ର ୭ଟି ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରି ବହୁ ପଛରେ ରହିଛନ୍ତି। ଭେନସଙ୍କୁ ୪୦ ବର୍ଷ ହୋଇଥିବା ବେଳେ ସେରେନା ଆସନ୍ତାମାସରେ ୩୯ ବର୍ଷରେ ପଦାର୍ପଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri