Posted inଖେଳ

ସେରେନା-ହାଲେପ୍‌ ଫାଇନାଲ

ଲଣ୍ଡନ, ୧୨ା୭ (ଏଏଫ୍‌ପି)-ଚଳିତବର୍ଷର ଓ୍ବିମ୍ବେଲଡନ ଓପନ୍‌ ଟେନିସ ମହିଳା ସିଙ୍ଗଲ୍ସ ଫାଇନାଲ ଆମେରିକାର ସେରେନା ଓ୍ବିଲିୟମ୍ସ ଏବଂ ରୋମାନିଆର ସିମୋନା ହାଲେପ୍‌ଙ୍କ ମଧ୍ୟରେ ଖେଳାଯିବ। ୨୪ତମ ଗ୍ରାଣ୍ଡସ୍ଲାମ ଟାଇଟଲ ରେକର୍ଡ ସମକକ୍ଷ ହେବା ଲକ୍ଷ୍ୟରେ ଥିବା ସେରେନା ଗୁରୁବାର ଖେଳାଯାଇଥିବା ଏକ ସେମିଫାଇନାଲରେ ଚେକ୍‌ ରିପବ୍ଲିକର ବାରବୋରା ଷ୍ଟ୍ରାଇକୋଭାଙ୍କୁ ହରାଇ ଦେଇଛନ୍ତି। ଆମେରିକାର ଏହି ଷ୍ଟାର ଖେଳାଳି ୬-୧, ୬-୨ ସିଧା ସଳଖ ସେଟ୍‌ରେ ବିଜୟ ହାସଲ କରିଛନ୍ତି। ସେରେନା ଏଠାରେ ପୂର୍ବରୁ ୭ଥର ଟାଇଟଲ ଜିତିସାରିଛନ୍ତି। ଅନ୍ୟପକ୍ଷରେ ରୋମାନିଆର ପ୍ରଥମ ମହିଳା ଖେଳାଳି ହିସାବରେ ସିମୋନା ହାଲେପ୍‌ ଓ୍ବିମ୍ବେଲଡନ ଓପନ ଟେନିସ ଫାଇନାଲରେ ପ୍ରବେଶ କରିଛନ୍ତି। ସେ ୟୁକ୍ରେନ୍‌ର ଏଲିନା ସ୍ବିତୋଲିନାଙ୍କୁ ୬-୧, ୬-୩ ସେଟ୍‌ରେ ହରାଇ ଦେଇଛନ୍ତି।
ଏଠାରେ ୭ମ ସିଡ୍‌ପ୍ରାପ୍ତ ଏହି ୨୭ ବର୍ଷୀୟା ଖେଳାଳି ୨୦୧୮ରେ ଫ୍ରେଞ୍ଚ ଓପନ ଚାମ୍ପିୟନ ହୋଇଥିଲେ। ସେ ତାଙ୍କ କ୍ୟାରିୟରର ୫ମ ଗ୍ରାଣ୍ଡସ୍ଲାମ ଫାଇନାଲ ଖେଳିବେ। ପ୍ରି-କ୍ୱାର୍ଟରରେ ୧୫ ବର୍ଷୀୟା ନୂଆ ଷ୍ଟାର କୋକୋ ଗଫ୍‌ଙ୍କୁ ନକଆଉଟ୍‌ କରିଥିବା ହାଲେପ୍‌ ଏହା ପୂର୍ବରୁ ୨୦୧୪ରେ ଓ୍ବିମ୍ବେଲଡନ୍‌ ସେମିଫାଇନାଲରେ ପ୍ରବେଶ କରିଥିଲେ। କିନ୍ତୁ ଏଜିନି ବୋଚାର୍ଡଙ୍କଠାରୁ ସେ ହାରିଯାଇଥିଲେ। ଗୁରୁବାର ମ୍ୟାଚରେ ପରେ ହାଲେପ୍‌ କହିଛନ୍ତି, ଇତିମଧ୍ୟରେ ମୋର ଅଧିକ ଅଭିଜ୍ଞତା ହୋଇଗଲାଣି। ଆଉ ସୁଯୋଗ ହାତଛଡ଼ା କରିବି ନାହିଁ। ସୂଚନାଯୋଗ୍ୟ, ସ୍ବିତୋଲିନା ୟୁକ୍ରେନର ପ୍ରଥମ ମହିଳା ଖେଳାଳି ହିସାବରେ ଏକ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri