Posted inଖେଳ

ସେରେନା, ହାଲେପ୍‌ ସେମିଫାଇନାଲରେ

ଲଣ୍ଡନ, ୧୦ା୭- ସେରେନା ଓ୍ବିଲିୟମ୍ସ ଓ ସିମୋନା ହାଲେପ୍‌ ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ଏକ ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ଏହି ୨୩ଥର ଗ୍ରାଣ୍ଡସ୍ଲାମ ବିଜୟିନୀ ୬-୪, ୪-୬, ୬-୩ ସେଟ୍‌ରେ ନିଜ ଦେଶର ଆଲିସନ ରିସ୍କେଙ୍କୁ ହରାଇ ଦେଇଛନ୍ତି। ସେରେନା ତାଙ୍କର ୮ମ ଓ୍ବିମ୍ବେଲଡନ ଟାଇଟଲ ଅଭିଯାନରେ ରହିଛନ୍ତି। ଏଥର ଟୁର୍ନାମେଣ୍ଟରେ ସେ ତାଙ୍କ ପ୍ରଦର୍ଶନ ନେଇ ସନ୍ତୋଷ ପ୍ରକାଶ କରିଛନ୍ତି। ସେମିଫାଇନାଲରେ ସେ ବ୍ରିଟେନର ଜୋହନ କୋଣ୍ଟା କିମ୍ବା ଚେକ୍‌ ରିପବ୍ଲିକର ବାରବୋରା ଷ୍ଟ୍ରାଇକୋଭାଙ୍କୁ ଭେଟିବେ। ସେହିପରି ୭ମ ସିଡ୍‌ ସିମୋନା ହାଲେପ୍‌ ଚାଇନାର ଝାଙ୍ଗ୍‌ ଶୁଇଙ୍କ ବିପକ୍ଷରେ ୭-୬ (୭-୪), ୬-୧ ସେଟ୍‌ରେ ବିଜୟ ହାସଲ କରିଛନ୍ତି। ୨୦୧୪ ପରେ ସେ ପ୍ରଥମଥର ସେମିଫାଇନାଲକୁ ଉନ୍ନୀତ ହୋଇଛନ୍ତି। ରୋମାନିଆର ତଥା ବିଶ୍ୱର ପୂର୍ବତନ ନମ୍ବର ଓ୍ବାନ ଖେଳାଳି ଗୁରୁବାର ସେମିଫାଇନାଲରେ ଏଲିନା ସ୍ବିତୋଲିନା କିମ୍ବା କାରୋଲିନା ମୁଚୋଭାଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ: ପରିବାରରେ ଶୋକର ଛାୟା

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri