ସେଲୁନ ଖୋଲିବାକୁ ସରକାରଙ୍କୁ ନିବେଦନ କଲେ ବାରିକ ସଂଘ

ଚୌଦ୍ୱାର,୧ା୫(ଡି.ଏନ୍‌.ଏ.): କରୋନା ମହାମାରୀ ଜନିତ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନରେ ଜାରିରହିଛି। ଇତି ମଧ୍ୟରେ ଲକ୍‌ଡାଉନ ଘୋଷଣା ହେବାର ୧ ମାସରୁ ଊର୍ଦ୍ଧ୍ୱ ହେଲାଣି। ସମ୍ବେଦନଶୀଳ କିଛି ଅଞ୍ଚଳକୁ ବାଦ୍‌ ଦେଲେ ଅନ୍ୟ କିଛି ଅଞ୍ଚଳରେ ଲକ୍‌ଡାଉନ ଗତ କିଛିଦିନ ହେବ କୋହଳ କରାଯାଇଛି। ନିହାତି ଆବଶ୍ୟକ ନ ଥିବା କିଛି ବ୍ୟବସାୟୀ ପ୍ରତିଷ୍ଠାନକୁ ଛାଡିଦେଲେ ପ୍ରାୟ ଅଧିକାଂଶ ବ୍ୟବସାୟ ପ୍ରତିଷ୍ଠାନ ସରକାରୀ କଟକଣା ଓ ସମୟାନୁବର୍ତ୍ତିତା ଅନୁଯାୟୀ ଖୋଲାଯିବା ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ବାରିକ ସଂପ୍ରଦାୟ ଏଥିରୁ ବାଦ୍‌ ପଡିଥିବା ଦେଖାଯାଇଛି। ଯାହାକୁ ନେଇ ନିଖିଳ ଉତ୍କଳ ବାରିକ ସମିତି, ଚୌଦ୍ୱାର ଶାଖା ପକ୍ଷରୁ ଏକ ନିବେଦନପତ୍ର ଚୌଦ୍ୱାର ପୌରପାଳିକା ନିର୍ବାହୀ ଅଧିକାରୀଙ୍କ ଜରିଆରେ କଟକ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ଆଗକୁ ଏଭଳି ଲାଗି ରହିଲେ ଅବସ୍ଥା ଅସମ୍ଭାଳ ହୋଇପଡ଼ିବ। ସାମାଜିକ ଦୂରତା ଅବଲମ୍ବନ ସହ, ଆଇନ ଅନୁଯାୟୀ ଦୋକାନ ଖୋଲିବା ପାଇଁ ସମିତି ପକ୍ଷରୁ ସରକାରଙ୍କୁ ନିବେଦନ କରାଯାଇଥିବା ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ରାଜ୍ୟ ସରକାର ଏହି ବାରିକ ସମ୍ପ୍ରଦାୟର ପରିବାରକୁ ଆଖିଆଗରେ ରଖି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସମିତି ଉପଦେଷ୍ଟା ବିଷ୍ନୁଚରଣ ପରିଡା, ସଭାପତି ସୁରେଶ ଚନ୍ଦ୍ର ବାରିକ, ବିମଲ କୁମାର ବେଉରା, ବିକାଶ ଚନ୍ଦ୍ର ବାରିକ, ରମେଶ ଚନ୍ଦ୍ର ବାରିକ, ସଂଯୁକ୍ତା ବାରିକ୍‌ ଓ ଅନ୍ୟମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri