ସୈନିକ ସ୍କୁଲ ଭୁବନେଶ୍ୱରରେ ବଢ଼ିଲା ଛାତ୍ରବୃତ୍ତି

ଭୁବନେଶ୍ୱର, ୫।୯(ବ୍ୟୁରୋ): ସୈନିକ ସ୍କୁଲରେ ପଢୁଥିବା ଓଡ଼ିଶାର ଶିକ୍ଷାର୍ଥୀମାନଙ୍କ ପାଇଁ ସ୍କଲାରଶିପ୍‌ ସ୍କିମ୍‌ ସଂଶୋଧନ କରିଛନ୍ତି ରାଜ୍ୟ ସରକାର। ୩ ଲକ୍ଷ ପର୍ଯ୍ୟନ୍ତ ବାର୍ଷିକ ଆୟ ଥିବା ଅଭିଭାବକମାନେ ରାଜ୍ୟ ସରକାର ଏବଂ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବାର୍ଷିକ ୯୫,୭୭୬ ଟଙ୍କାର ଆର୍ଥିକ ସହାୟତା ପାଇପାରିବେ। କ୍ରମାଗତ ଭାବରେ ବଢୁଥିବା ସ୍କୁଲ ଦେୟ ଯୋଗୁ ଆର୍ଥିକ ଅସ୍ବଚ୍ଛଳ ବର୍ଗର ପିଲାମାନେ ସୈନିକ ସ୍କୁଲରେ ପଢ଼ିବା ପାଇଁ ଅସମର୍ଥ। ଏପରି କି ଅନେକ ପିଲା ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ମଧ୍ୟ ନାମ ଲେଖାଇ ପାରୁନାହାନ୍ତି। ବର୍ତ୍ତମାନ ରାଜ୍ୟ ସରକାରଙ୍କ ସ୍କଲାରଶିପ୍‌ ସଂଶୋଧନ ଫଳରେ ଜଣେ ପୂର୍ଣ୍ଣ ସ୍କଲାରଶିପ୍‌ ପାଉଥିବା ପିଲାକୁ ବାର୍ଷିକ ମାତ୍ର ୩୦ ହଜାରରୁ ୩୫ ହଜାର ଟଙ୍କା ଟିଉସନ୍‌, ଖାଦ୍ୟ, ପକେଟ୍‌ ମନି, ଆନୁଷଙ୍ଗିକ ଖର୍ଚ୍ଚ, ପୋଷାକପତ୍ର, ସିକ୍ୟୁରିଟ୍‌ ମନି(ଫେରସ୍ତ ବ୍ୟବସ୍ଥା) ପାଇଁ ଦେବାକୁ ପଡ଼ିବ। ଏହି ସ୍କଲାରଶିପ୍‌ ୍‌ ସ୍କିମ୍‌ କାର୍ଯ୍ୟକାରୀ କରିବାରେ ଓଡ଼ିଶା ସରକାର ସମଗ୍ର ଦେଶରେ ପ୍ରଥମ। ୨୦୨୦-୨୧ ଶିକ୍ଷାବର୍ଷରୁ ଷଷ୍ଠ ଓ ନବମ ଶ୍ରେଣୀରେ ନାମ ଲେଖାଇ ଏହି ସବୁ ସୁଯୋଗର ସୁବିନିଯୋଗ କରିବା ଉଚିତ ବୋଲି ସୈନିକ ସ୍କୁଲର ଅଧ୍ୟକ୍ଷ ଗ୍ରୁପ୍‌ କ୍ୟାପ୍ଟେନ୍‌ ଏସ୍‌. ଡୋମିନିକ ରାୟନ କହନ୍ତି। ବୁଧବାର ସ୍କୁଲ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଅଧ୍ୟକ୍ଷ କହିଛନ୍ତି ଯେ, ଆସନ୍ତା ୨୦୨୦ ଜାନୁଆରୀ ୫ତାରିଖରେ ହେବାକୁ ଥିବା ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା ପାଇଁ ଅନ୍‌ଲାଇନରେ ଆବେଦନ ଆରମ୍ଭ ହୋଇଯାଇଛି। ଯାହାର ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ରହିଛି। ଏଥିପାଇଁ ଯୋଗ୍ୟତା ଥିବା ପରୀକ୍ଷାର୍ଥୀମାନେ ସୈନିକ ସ୍କୁଲ ଆଡମିଶନ୍‌ ଓ୍ବେବ୍‌ସାଇଟ୍‌ www.sainikschooladmission.in ମାଧ୍ୟମରେ ଆବେଦନ କରିପାରିବେ। ଓଡ଼ିଶାରେ ୭ଟି ପ୍ରବେଶିକା ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ସେଗୁଡିକ ହେଲା ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, ଢେଙ୍କାନାଳ, କୋରାପୁଟ, ରାଉରକେଲା ଏବଂ ସମ୍ବଲପୁର। ସୈନିକ ସ୍କୁଲ ସମ୍ବଲପୁରରେ ଷଷ୍ଠ ଶ୍ରେଣୀରେ ଶିକ୍ଷା ନିମନ୍ତେ ୨୦୨୦-୨୧ ଶିକ୍ଷା ବର୍ଷ ପାଇଁ ଯେଉଁ ପ୍ରାର୍ଥୀମାନେ ଆବେଦନ କରିବା ପାଇଁ ଚାହାନ୍ତି ସେମାନେ ସେପ୍ଟେମ୍ବର ୫ ତାରିଖ ଠାରୁ ୨୩ ତାରିଖ ମଧ୍ୟରେ ପ୍ରାଥୀ ପତ୍ର ଦାଖଲ କରିପାରିବେ। ଉକ୍ତ ପ୍ରବେଶିକା ପରୀକ୍ଷା ସମ୍ବଲପୁର, ବାଲେଶ୍ୱର ଓ କଳାହାଣ୍ଡି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେବ। ପରୀକ୍ଷାର ସମ୍ପୂର୍ଣ ତଥ୍ୟ ପାଇଁ www.sainikschooladmission.in ଓ୍ବେବ୍‌ସାଇଟରେ ଉପଲବ୍ଧ ରହିଥିବା ଅଧ୍ୟକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri