ସୋଗର ଗ୍ରାମରେ ବାଣ ବିସ୍ଫୋରଣ: ୨ ଶିଶୁ ମୃତ, ଜଣେ ଗୁରୁତର

କାମାକ୍ଷାନଗର,୬।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆଫାଣ୍ଡି ସୋଗର ଗ୍ରାମରେ ବୁଧବାର ପୂର୍ବାହ୍ନରେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ଘଟି ଗୋଟିଏ ପରିବାରର ଦୁଇଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସେହିଭଳି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି।

ସୂଚନାନୁଯାୟୀ, ଗ୍ରାମର ସରୋଜ ସାହୁ ପଣ୍ଡୁୁଆ ଛକରେ କରିଥିବା ଦୋକାନରେ ପୂଜାସାମଗ୍ରୀ ସହ କିଛି ବାଣ ବିକ୍ରି କରନ୍ତି। ସୋଗର ଗ୍ରାମରେ ଥିବା ନିଜ ଘରେ ବାଣ ଓ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ରଖନ୍ତି। ଉପର ମହଲାରେ ଥିବା ଗୋଦାମଘରେ ସବୁ ସାମଗ୍ରୀ ଥିବା ବେଳେ ସରୋଜଙ୍କ ଦୁଇ ଛୋଟ ପୁଅଙ୍କ ସମେତ ପଡୋଶୀ ଘର ପୁଅ ଖେଳୁଥିଲେ। ତେବେ କୌଣସି କାରଣରୁ ଗୋଦାମରେ ନିଆଁ ଲାଗି ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ସେଠାରେ ପ୍ରଚଣ୍ଡ ଶବ୍ଦ ହୋଇଥିଲା। ତଳେ ଥିବା ଘର ଲୋକ କିଛି ଭାବିବା ପୂର୍ବଳୁ ଚାରିଆଡେ ଧୂଆରେ ଖେଳିଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଛାତତଳେ ଥିବା ଶିଶୁଙ୍କୁ ଉଦ୍ଧାରକରି ତେଙ୍କାନାଳ ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଥିବାବେଳେ ଜଣଙ୍କ ଅବସ୍ଥା ସଂଙ୍କଟାପନ୍ନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧକଲେ ନବୀନ ‘ରାଜାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ’

ଭୁବନେଶ୍ୱର,୨୪।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri