Posted inଖେଳ

ସୋଧି ରୟାଲ୍ସ ସ୍ପିନ୍‌ ବୋଲିଂ ପରାମର୍ଶଦାତା

ଜୟପୁର,୩।୧- ନ୍ୟୁଜିଲାଣ୍ଡ ଲେଗ୍‌ ସ୍ପିନର ଇଶ ସୋଧି ଆଇପିଏଲ୍‌ ଫ୍ରାଞ୍ଚାଇଜ ରାଜସ୍ଥାନ ରୟାଲ୍ସଙ୍କୁ ଦଳର ସ୍ପିନ୍‌ ବୋଲିଂ ପରାମର୍ଶଦାତା ଓ ଅପରେଶନ ଏକ୍‌ଜିକ୍ୟୁଟିଭ ଭାବେ ନିଯୁକ୍ତ କରାଯାଇଛି। ୨୭ ବର୍ଷୀୟ ଲେଗ୍‌ ସ୍ପିନର ରୟାଲ୍ସ ଦଳର ବୋଲିଂ କୋଚ୍‌ ସାଇରାଜ ବାହୁତୁଲେ ଓ ମୁଖ୍ୟ କାର୍ଯ୍ୟକାରୀ ଅଫିସର ଜ୍ୟାକ ଲଶ ମ୍ୟାକକ୍‌ରମଙ୍କ ସହ କାର୍ଯ୍ୟ କରିବେ। ଅନ୍ତର୍ଜାତୀୟ ସ୍ତରରୁ ଅବସର ନେଇ ନ ଥିବା ସ୍ପିନର ଏପର୍ଯ୍ୟନ୍ତ ଦେଶ ପାଇଁ ୪୦ ଟି୨୦ ଖେଳିସାରିଛନ୍ତି। ଗତ ଦୁଇ ସିଜନରେ ସେ ରୟାଲ୍ସ ଦଳର ସଦସ୍ୟ ଥିଲେ। ଉଭୟ ସିଜନରେ ମାତ୍ର ୯ ଉଇକେଟ ହାତେଇଥିଲେ। ସୋଧିଙ୍କୁ ନୂଆ ଭୂମିକାରେ ପାଇ ଆମେ ବହୁତ ଖୁସି। ସେ ଦ୍ୱୈତ ଭୂମିକାରେ ନଜରକୁ ଆସିବେ। ଯୁବ ପ୍ରତିଭା ଚିହ୍ନଟ ଓ ସେମାନଙ୍କ ଉନ୍ନତି ପାଇଁ ସେ କାର୍ଯ୍ୟ କରିବେ ବୋଲି ରୟାଲ୍ସ କ୍ରିକେଟ ମୁଖ୍ୟ ଜୁବିନ ବାରୁଚା କହିଛନ୍ତି। ରୟାଲ୍ସ ଦଳ ସ୍ପିନ୍‌ ବିଭାଗରେ ଲେଗ୍‌ ସ୍ପିନର ମୟଙ୍କ ମାର୍କଣ୍ଡେ, ଅଲରାଉଣ୍ଡର ଅନିରୁଦ୍ଧ ଜୋଷୀ, ଯଶସ୍ବୀ ଜୟସ୍ବାଲ ଓ ମହିପାଲ ଲୋମରୋର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?