ସୋନପୁରରେ କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର

ସୋନପୁର,୧୫।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ କରୋନା ପ୍ରତିରୋଧ ପାଇଁ ପ୍ରଥମ ପର୍ଯ୍ୟାୟରେ ସୋନପୁର ସରକାରୀ ଆଇଟିଆଇକୁ ଅସ୍ଥାୟୀଭାବେ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ବୁଧବାରଠାରୁ ବିଧିବଦ୍ଧ ଭାବେ କାର୍ଯ୍ୟକ୍ଷମ ହୋଇଛି। ଅପରାହ୍ନରେ ଜିଲାପାଳ ମୋନିଷା ବାନାର୍ଜୀ ସାମାଜିକ ଦୂରତ୍ୱ ଅବଲମ୍ବନ କରି ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ଲୋକାର୍ପିତ କରିଛନ୍ତି। ଏହା ଜିଲା ମୁଖ୍ୟ ଚିକିତ୍ସାଳୟର ସମ୍ପ୍ରସାରିତ ଶାଖା ଭାବେ କାର୍ଯ୍ୟ କରିବ ୨୦୦ଶଯ୍ୟା ବିଶିଷ୍ଟ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ସଂକ୍ରମିତ ଓ ସନ୍ଦିଗ୍ଧଙ୍କୁ ରଖାଯିବ। ସ୍ବାସ୍ଥ୍ୟକେନ୍ଦ୍ରରେ ସନ୍ଦିଗ୍ଦଙ୍କ ପାଇଁ ୪୬ଟି ଶଯ୍ୟା, ୧୫୪ଟି ପୃଥକ୍‌ବାସ ଶଯ୍ୟା, ୫୦ଗୋଟି ଅକ୍ସିଜେନ କନସେଣ୍ଟ୍ରେଟର ଓ ୫୦ଗୋଟି ନେବୁଲାଇଜର ରହିଛି। ଏଥିପାଇଁ ୪ଜଣ ଭେଷଜ ବିଶେଷଜ୍ଞ, ଜଣେ ଛାତିରୋଗ ବିଶେଷଜ୍ଞ, ୧୦୫ଜଣ ଷ୍ଟାଫ ନର୍ସ, ୨୩ଜଣ ଲାବୋରେଟୋରି ଟେକ୍‌ନିସିଆନ ଓ ୯ଜଣ ଫାର୍ମାଶିଷ୍ଟ ନିଯୁକ୍ତ ଅଛନ୍ତି । ଲୋକାର୍ପଣ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ତଥା ସ୍ବାସ୍ଥ୍ୟକେନ୍ଦ୍ରର ପ୍ରାଧିକୃତ ଅଧିକାରୀ ଶରତ ଚନ୍ଦ୍ର ପଣ୍ଡା, ବୀରମହାରାଜପୁର ଉପଜିଲାପାଳ ଅଶୋକ କୁମାର ଭୋଇ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଦିଲ୍ଳିପ କୁମାର ପଣ୍ଡା, ଜିଲା ମୁଖ୍ୟ ଚିକିତ୍ସାଳୟର ଅଧିକ୍ଷକ ତଥା କୋଭିଡ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରାଧିକୃତ ଡାକ୍ତର ପ୍ରଦୀପ କୁମାର ଗୁରୁ, ସୋନପୁର ତହସିଲଦାର ଅରବିନ୍ଦ ବେହେରା, ଜିଲା ଜରୁରିକାଳୀନ ଅଧିକାରୀ ମୁକ୍ତେଶ୍ୱର ପାଣିଗ୍ରାହୀ, ଜିଲା ନିୟୋଜନ ଅଧିକାରୀ ତଥା ସ୍ବାସ୍ଥ୍ୟକେନ୍ଦ୍ରର ପ୍ରଶାସନିକ ଅଧିକାରୀ ଶର୍ମିଷ୍ଠା ଧଳ, ପରିଚାଳକ ତାରିଣୀ ପାତ୍ର, ଡିଆଇପିଆରଓ ହରିଚରଣ ମିଶ୍ର ଓ ପ୍ରଦ୍ୟୁମ୍ନ କୁମାର ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri