ସୋମବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ କୋହଳ, ବଳବତ୍ତର ରହିବ ଅନ୍ୟାନ୍ୟ କଟକଣା: ଜିଲାପାଳ

ଛତ୍ରପୁର, ୧୯।୪(ଡି.ଏନ୍‌.ଏ.)- ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସୋମବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ କୋହଳ କରାଯାଇଛି। ଫଳରେ ପୂର୍ବରୁ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିଆଯାଇଥିବା ନିର୍ଦ୍ଧାରିତ ସମୟସୀମା ଉପରେ ଥିବା କଟକଣା ଉଠାଇ ନିଆଯାଇଛି। ହେଲେ ସାମାଜିକ ଦୂରତା ବଜାୟ ରଖିବା, ମାସ୍କ ପିନ୍ଧିବା, ବାହାରେ ଛେପ ନ ପକାଇବା ଆଦି ନିର୍ଦ୍ଦେଶନାମା ପୂର୍ବଭଳି ବଳବତ୍ତର ରହିଥିବା ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ସୂଚନା ଦେଇଛନ୍ତି।

ଜିଲାପାଳ କହିଛନ୍ତି, ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଆଗରେ ୨ ମିଟର ଦୂରତା ଅବଲମ୍ବନ କରି ଗ୍ରାହକ ଛିଡା ହେବେ। ଏହାକୁ ଖିଲାପ କଲେ ଉକ୍ତ ଦୋକାନ ସିଲ୍‌ କରାଯିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାଛଡ଼ା ମୋଟର ସାଇକେଲରେ ଜଣେ ଲେଖାଏ ଚାଳକ ରାସ୍ତାରେ ଗାଡି ଚଲାଇ ପାରିବେ। ଗୁଟଖା, ପାନ, ଚା’ ଓ ମଦ ଦୋକାନ ବନ୍ଦ ରହିବ। ଏମ୍‌ଜିଏନଆର୍‌ଜିଏସ୍‌, ରୁରାଲ ହାଉସିଂ କାମ ଗ୍ରାମାଞ୍ଚଳରେ କରାଯିବ। ସେହିପରି ସହରାଞ୍ଚଳରେ କନ୍‌ଷ୍ଟ୍ରକ୍‌ଶନ କାମ ଚାଲିବ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri