ସୋମବାରଠାରୁ ବିମାନ ଚଳାଚଳ: ଗଡ଼ିବ ବସ୍‌, ଅଟୋ, ଟ୍ୟାକ୍ସି

ଭୁବନେଶ୍ୱର,୨୪।୫(ବ୍ୟୁରୋ): କେନ୍ଦ୍ର ସରକାରଙ୍କ କୋଭିଡ-୧୯ ନିୟମାବଳୀ ଅନୁଯାୟୀ ଏବେ ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଚାଲିଛି। ଏହା ମେ ୩୧ ଯାଏ ଜାରି ରହିବ। ହେଲେ ଏସବୁ ମଧ୍ୟରେ ରାଜ୍ୟବାସୀଙ୍କ ଜୀବନଜୀବିକାକୁ ନଜରରେ ରଖି ସରକାର ଅନେକ କାମକୁ ଅନୁମତି ଦେଇଛନ୍ତି। ରେଳଚଳାଚଳ, ବିମାନସେବାକୁ ଅନୁମତି ମିଳିଛି। ସୋମବାରଠାରୁ ଏହା ଆରମ୍ଭ ହେବ। ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ୱରକୁ ୧୨ଟି ଓ ଝାରସୁଗୁଡ଼ାକୁ ୩/୪ଟି ବିମାନ ଆସିବା ବ୍ୟବସ୍ଥା ଅଛି। ଭାରତୀୟ ରେଳବାଇ ମଧ୍ୟ ସାଧାରଣ ରେଳ ଚଳାଚଳ ଆରମ୍ଭ କରିବ। ତେଣୁ ଏହି ସମୟରେ ଯେତେ ଯାତ୍ରୀ ଆସିବେ, ପୂର୍ବରୁ ଯଦି ପ୍ରାକ୍‌ ରେଜିଷ୍ଟ୍ରେଶନ ନ କରିଥାଇପାରନ୍ତି। ଏଣୁ ରାଜ୍ୟ ସରକାର କୋଭିଡ-୧୯ ରୋଗର ବ୍ୟବସ୍ଥାକୁ ପ୍ରତିହତ କରିବା ପାଇଁ ଗାଇଡ୍‌ଲାଇନ୍‌ରେ ପରିବର୍ତ୍ତନ କରାଯାଇଛି। କିନ୍ତୁ ଭୁବନେଶ୍ୱରରେ ରାତି ୭ଟାରୁ ସକାଳ ୭ ପର୍ଯ୍ୟନ୍ତ କର୍ଫ୍ୟୁ ବ୍ୟବସ୍ଥା କରାଯାଇଛି। ଫଳରେ ଏହି ସମୟରେ ଆସୁଥିବା ଯାତ୍ରୀଙ୍କୁ ଦୃଷ୍ଟିରେ ରଖି ନୂଆ ନିୟମ କରାଯାଇଛି। ଉଭୟ ରାଜ୍ୟର ଆପୋସ ବୁଝାବଣାରେ ଏହା ହୋଇପାରିବ। ଯଦି ଆନ୍ଧ୍ରରୁ ବସ୍‌ ଆସିଲେ ଅଥବା ଅନ୍ୟ ରାଜ୍ୟରୁ ବସ୍‌ ଆସେ ତେବେ ସହମତି ଲୋଡ଼ା। ଏହାପରେ ଆନ୍ତଃରାଜ୍ୟ ବସ୍‌ ଚଳାଚଳ ଆରମ୍ଭ ହେବ। ରାଜ୍ୟ ଭିତରେ ଦୁଇ ଚକିଆ ଯାନ, ଘରୋଇ କାର୍‌ , ସରକାରୀ ଗାଡ଼ି, ଟ୍ୟାକ୍ସି, ଅଟୋ ରିକ୍ସା ଚାଲିବ। କିନ୍ତୁ ଚାରିଚକିଆ ଯାନରେ ୨ଜଣ ଯାତ୍ରୀ ଯାତ୍ରା କରିପାରିବେ। ରାଜ୍ୟରେ ଅନ୍ୟ ବସ୍‌ ଚାଲିବାକୁ ଅନୁମତି ମିଳିଛି। ସୋମବାରଠାରୁ ବସ୍‌ ଚଳାଚଳକୁ ଅନୁମତି ଦିଆଯାଇଛି। ହେଲେ ଗାଡ଼ିରେ ସିଟ୍‌ କ୍ଷମତାରୁ ଅଧିକ ଲୋକ ଯାଇପାରିବେ ନାହିଁ। କୌଣସି ଯାତ୍ରୀ ଛିଡ଼ା ହୋଇ ଯିବେ ନାହିଁ। ଏହାକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ଟ୍ରାନ୍ସପୋର୍ଟ କମିଶନର ଏବଂ ରାଜ୍ୟ ପୋଲିସ ବ୍ୟବସ୍ଥାକୁ ସଜାଗ କରାଯାଇଛି। ସେମାନେ ଏହା ଉପରେ ନଜର ରଖିବେ।

ରାଜ୍ୟରେ ଟ୍ରେନ୍‌ ଚଳାଚଳକୁ ମଧ୍ୟ ଅନୁମତି ଦିଆଯାଇଛି। ସେହିଭଳି ବିମାନବନ୍ଦର, ରେଳଷ୍ଟେଶନରୁ ଯାତ୍ରୀ ନେବାଆଣିବା ଲାଗି ଘରୋଇ ଗାଡ଼ି, ଟ୍ୟାକ୍ସିକୁ ଯିବା ଅନୁମତି ଦିଆଯାଇଛି। ଏମାନେ କଫ୍ୟୁ ସମୟରେ ବି ଯାତ୍ରା କରିପାରିବେ। କିନ୍ତୁ ଯାତ୍ରା କରିବା ସମୟରେ ମାସ୍କ ବ୍ୟବହାର କରନ୍ତୁ। ସାନିଟାଇଜର ରଖନ୍ତୁ। ଖିଲାପ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଯାତ୍ରୀଙ୍କଠାରେ କୋଭିଡ-୧୯ର ଲକ୍ଷଣ ଥିଲେ ତାକୁ ଯିବାକୁ ଦିଆଯିବ ନାହିଁ ବୋଲି ରବିବାର ଖବରଦାତା ସମ୍ମିଳନୀରେ ଏସ୍‌ଆର୍‌ସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri