ସୋମବାର ଲଘୁଚାପ ସୃଷ୍ଟି ସମ୍ଭାବନା: ୯ରୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୭।୬(ବ୍ୟୁରୋ)- ବାତ୍ୟ ‘ଅମ୍ଫନ’ ଓ ‘ନିସର୍ଗ’ ପରେ ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ସୋମବାର ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୯ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, କୋରାପୁଟ ଏବଂ ଖୋର୍ଦ୍ଧା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୯ତାରିଖ ଦିନ ଗଞ୍ଜାମ ଓ ଗଜପତି ଜିଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏହି ଦୁଇ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୦ତାରିଖ ଦିନ ନବରଙ୍ଗପୁର, କେରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା ଓ ଜଗତସିଂହପୁର ଆଦି ୮ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ପ୍ରବଳ ବର୍ଷା ନେଇ ଏସବୁ ଜିଲାକୁ ୟୋଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୧ତାରିଖ ଦିନ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କେରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ପୁରୀ ଓ ବୌଦ୍ଧ ଆଦି ୧୦ଜିଲାରେ ବର୍ଷା ହେବ। ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେପଟେ କିଛି ଜିଲାରେ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ।
ତେବେ ସୋମବାର ଉପକୂଳ ଓଡ଼ିଶା ସମତେ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ନବରଙ୍ଗପୁରରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କେବଳ ବର୍ଷା ନୁହେଁ ବଜ୍ରପାତ ହେବା ମଧ୍ୟ ହେବାର ଆଶଙ୍କା ରହିଛି। ଉତ୍ତର ଉପକୂଳ ଓଡ଼ିଶା ସମତେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ, ଗଜପତି, କେରାପୁଟ, ମାଲକାନଗିରି, ରାୟଗଡ଼ା ଓ ନବରଙ୍ଗପୁର ଆଦି ୧୦ଜିଲାକୁ ଝଡ଼ତୋଫାନ ସହି ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ ଦକ୍ଷିଣ-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରି ଧିରେ ଧିରେ ଆଗକୁ ଅଗ୍ରସର ହେଉଛି। ଏହି ପ୍ରକ୍ରିୟା ଯଦି ଜାରି ରହିବ ତେବେ ୨ରୁ ୪ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚତ୍ପାରେ ବୋଲି ଆକଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?