ସୋଲଡ଼ାରେ ପ୍ରଶାସନ ପକ୍ଷରୁ ପଲ୍ଲିସଭା: ଧଉରାଗୋଠ ପ୍ରକଳ୍ପକୁ ଗ୍ରାମବାସୀଙ୍କ ବିରୋଧ

ବଇଣ୍ଡା, ୩୧ା୧୦(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ଧଉରାଗୋଠ ଗ୍ରାମରେ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପ ନିର୍ମାଣ ପୂର୍ବରୁ ଏହାକୁ ବିରୋଧ କରିଛନ୍ତି ସୋଲଡ଼ା ଗ୍ରାମବାସୀ। ଆଠମଲ୍ଲିକ ଉପଖଣ୍ଡ ପ୍ରଶାସନ ପକ୍ଷରୁ ବୁଧବାର ଏ ସମ୍ପର୍କିତ ଏକ ପଲ୍ଲିସଭା ଗାଁ ବଇଣ୍ଡା ପଞ୍ଚାୟତ ସୋଲଡା ଗ୍ରାମରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଧଉରାଗୋଠ ଜଳସେଚନ ପ୍ରକଳ୍ପ ପାଇଁ ଆଲୋଚନାବେଳେ ଗ୍ରାମବାସୀ ଏହାକୁ ବିରୋଧ କରିଥିଲେ।
ଆଠମଲ୍ଲିକ ଉପଜିଲାପାଳ ଡ. ରଜନୀକାନ୍ତ ବିଶ୍ୱାଳ, ଗାଁ ବଇଣ୍ଡା ସରପଞ୍ଚ ମାନସ ସାହୁ, କ୍ଷୁଦ୍ର ଜଳସେଚନ ବିଭଗର ସହକାରୀ ନିର୍ବାହୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ସାହୁ, ସହକାରୀ ଯନ୍ତ୍ରୀ ସୁରେଶ ଗଡନାୟକ, ସୁଧାକର ପଟ୍ଟନାୟକ, କନିଷ୍ଠଯନ୍ତ୍ରୀ ଉମାକାନ୍ତ ରାଉଳ, ଆର୍‌ଆଇ ପ୍ରତାପ କୁମାର ନାୟକ ପ୍ରମୁଖଙ୍କ ଉପସ୍ଥିତିରେ ଜଳସେଚନ ନିର୍ମାଣ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏ ନେଇ ପ୍ରଶାସନ ପକ୍ଷରୁ ଗ୍ରାମବାସୀଙ୍କ ମତାମତ ସଂଗ୍ରହ କରାଯାଇଥିଲା। ହେଲେ ଗ୍ରାମବାସୀ ଏହାକୁ ବିରୋଧ କରି କହିଲେ, ପ୍ରକଳ୍ପ ନିର୍ମାଣ ହେଲେ ସୋଲଣ୍ଡା ଗ୍ରାମ ସମ୍ପୂର୍ଣ୍ଣ ଭାବେ ବୁଡ଼ିଯିବ। ଏହି ଗ୍ରାମର ୮୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭରଶୀଳ। ସେମାନେ ଘର, ଚାଷ ଜମି ହରାଇ ବସିବେ। ପ୍ରଶାସନର ସହାୟତା ଗ୍ରାମବାସୀଙ୍କ ପାଇଁ ଯଥେଷ୍ଟ ନୁହେଁ। ତେଣୁ ଏଠାରେ ଜଳସେଚନ ପ୍ରକଳ୍ପ ନିର୍ମାଣ କରା ନ ଯିବା ପାଇଁ ସେମାନେ ଦାବି କରିଥିଲେ। ସଭାରେ ମଧୁସୂଦନ ସାହୁ, ବନବିହାରୀ ପ୍ରଧାନ, ପୀତବାସ ପ୍ରଧାନ, ପୂର୍ବତନ ସରପଞ୍ଚ ପ୍ରମୋଦ ସାହୁ, ଯୋଗିନ୍ଦ୍ର ପ୍ରଧାନ, ସତ୍ୟାନନ୍ଦ ପ୍ରଧାନ, ବିପିନ ବିହାରୀ ସାହୁ, ଶ୍ରୀଧର ମାଝି, ବିଶେଶ୍ୱର ସାହୁ, ମନୋରଞ୍ଜନ ନାୟକ ପ୍ରମୁଖ ଗ୍ରାମବାସୀ ଯୋଗ ଦେଇଥିଲେ। ଗ୍ରାମବାସୀଙ୍କ ମତାମତ ସମ୍ପର୍କରେ ଜିଲା ପ୍ରଶାସନକୁ ଅବଗତ କରାଯିବ ବୋଲି ଉପଜିଲାପାଳ ଡ. ବିଶ୍ୱାଳ ଗ୍ରାମବାସୀଙ୍କୁ କହିଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri