Posted inଜାତୀୟ

ସୋଲାନରେ କାନ୍ଥ ଭୁଶୁଡ଼ିବାରୁ ୭ଯବାନଙ୍କ ସମେତ ୮ମୃତ: ରେସକ୍ୟୁ ଅପରେଶନ୍‌ ଜାରି

ସୋଲାନ,୧୫।୭: ହିମାଚଳ ପ୍ରଦେଶ ସୋଲାନ ଜିଲାର କୁମାରହାଟିରେ ଏକ ଢ଼ାବାରେ କାନ୍ଥ ଭୁଶୁଡ଼ିବାରୁ ୭ଯବାନ ସମେତ ୮ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ରବିବାର ଏହି ୪ମହଲା ବିଶିଷ୍ଟ କୋଠାଘର ଭୁଶୁଡ଼ି ପଡ଼ିବାରୁ କିଛି ଯବାନଙ୍କ ସମେତ ୩୦ରୁ ଊର୍ଦ୍ଧ୍ୱ ଲୋକ ଭଗ୍ନାବଶେଷ ତଳେ ଚାପି ହୋଇଯାଇଥିଲେ। ସେଥିମଧ୍ୟରୁ ଏବେ ପର୍ଯ୍ୟନ୍ତ ୧୭ଯବାନ ଓ ୧୧ ସାଧାରଣ ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇଛି। ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅପରପକ୍ଷରେ ଏବେ ବି ଭଗ୍ନାବଶେଷ ତଳେ ବହୁ ଲୋକ ଫଶିରହିଥିବାରୁ ଘଟଣାସ୍ଥଳରେ ରେସକ୍ୟୁ ଅପରେଶନ୍‌ ଜାରି ରହିଛି। ଏହି ଘଟଣାକୁ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ସୋମବାର ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି। ଏଥିସହ ଘଟଣାର ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାର ହେଲେ ମନେ ପଡୁଛି ସ୍ବଚ୍ଛତା କଥା: ପର୍ଯ୍ୟଟନକ୍ଷେତ୍ର, ସ୍ବାସ୍ଥ୍ୟକେନ୍ଦ୍ରକୁ ସଫେଇ କଲେ…

ଦାରିଙ୍ଗବାଡି, ୧୧। ୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ଓ ରାଜ୍ୟ ବାହାରେ ପରିଚିତ ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ…

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି ।…

ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…

ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ ।…

ପୁଣି ହୃଦୟ ଜିତିଲେ ବୈଭବ ସୂର୍ଯବଂଶୀ, କିମ୍ବଦନ୍ତୀ କ୍ରିକେଟରମାନେ ଯାହା କହିଲେ ତାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୧।୬: ୨୦୨୬ ତ୍ରିରାଷ୍ଟ୍ରୀୟ A-ସିରିଜର ଏକ ଦୁର୍ବଳ ଆରମ୍ଭ ପରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଫର୍ମ ଫେରି ପାଇଛନ୍ତି। ଡାମ୍ବୁଲାରେ ଆଫଗାନିସ୍ତାନ A ବିପକ୍ଷରେ ଭାରତ A…

ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ମଧ୍ୟରେ ମମତା ବାନାର୍ଜୀଙ୍କୁ ବଡ଼ ଝଟକା; ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ପ୍ରତିକ୍ରିୟା

କୋଲକାତା,୧୧।୬: ବିଧାନସଭାରେ ବିରୋଧୀ ଦଳ ନେତା (LoP) ପଦବୀକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ବିବାଦ ଦେଖାଦେଇଛି। କଲିକତା ହାଇକୋର୍ଟ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri