ସୋସିଆଲ୍‌ ମିଡିଆରେ ଗୁଜବ ପ୍ରଚାର କରି ଅଧ୍ୟାପକ ଗିରଫ

ମାଲକାନଗିରି,୨୭ା୩(ଡି.ଏନ୍‌.ଏ): ମହାମାରୀ କୋଭିଡ୍‌-୧୯ ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଓଡ଼ିଶାରେ ମଧ୍ୟ କାୟା ବିସ୍ତାର କରିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ତେଣୁ ରାଜ୍ୟ ସରକାର ମଧ୍ୟ ଏହାର ମୁକାବିଲା ପାଇଁ ଯଥାସମ୍ଭବ ପଦକ୍ଷେପ ନେଉଛନ୍ତି। କୌଣସି ପ୍ରକାର ଗୁଜବ ପ୍ରଚାର ନ କରିବା ପାଇଁ ବାରମ୍ବାର ଲୋକଙ୍କୁ ସଚେତନ କରାଯାଉଛି। ତଥାପି ଜଣେ ଅଧ୍ୟାପକ ସୋସିଆଲ୍‌ ମିଡିଆରେ ଗୁଜବ ପ୍ରଚାର କରିବା ଅଭିଯୋଗରେ ମାଲକାନଗିରି ଜିଲା ଆଦର୍ଶ ଥାନା ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ସେ ମାଲକାନଗିରି ଜିଲା ବିଜ୍ଞାନ ମହାବିଦ୍ୟାଳୟରେ ଅଧ୍ୟାପକ ଥିବା ଜଣାପଡ଼ିଛି। କୋରାପୁଟ ଜିଲାରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ସେ ହ୍ବାଟ୍‌ସ ଆପ୍‌ ଗ୍ରୁପ ମାଧ୍ୟମରେ ପ୍ରଚାର କରିଥିଲେ। ପୋଲିସ ଏହାର ତଦନ୍ତ କରି ଅଧ୍ୟାପକଙ୍କୁ ଗିରଫ କରିଛି। ଏ ନେଇ ମାଲକାନଗିରି ଥାନା ଆଇଆଇସି ରାମ ପ୍ରସାଦ ନାଗ ଖବରଦାତା ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି। ଏଥିସହ ଗୁଜବ ପ୍ରଚାର ନ କରିବା ଏବଂ ଏଥିରେ ପ୍ରଭାବିତ ନ ହେବା ପାଇଁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁସୁମୀ ବଦଳରେ ମହାନଦୀ ଜଳ ପାଇଁ ଦାବି :ସମସ୍ୟା ସମାଧନ ନ ହେଲେ ଆନ୍ଦୋଳନ

ଖଣ୍ଡପଡା,୨୪।୮(ସ୍ବ.ପ୍ର.)-ମହାନଦୀ ଜଳକୁ ବିଶୋଧନ କରାଯାଇ ନୟାଗଡ ଅଞ୍ଚଳକୁ ଯୋଗାଣ ହେଉଥିବା ବେଳେ ଖଣ୍ଡପଡାବାସୀଙ୍କୁ କୁସୁମୀ ନଦୀର ଗୋଳିଆ ଦୂଷିତପାଣି ଯୋଗାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି ।...

ଜାତୀୟ ଉସୁ: ଦିବ୍ୟମୋହନଙ୍କୁ ରୌପ୍ୟ

ଅନୁଗୋଳ ଅଫିସ, ୧।୧ – ଜମ୍ମୁରେ ଅନୁଷ୍ଠିତ ୨୮ତମ ଜାତୀୟ ସିନିୟର ଉସୁ ଚାମ୍ପିୟନଶିପ୍‌-୨୦୧୯ରେ ରୌପ୍ୟ ପଦକ ଜିତି ଗୌରବ ଆଣିଛନ୍ତି ଅନୁଗୋଳ ଜିଲା କଣିହଁା...

ସୁରକ୍ଷାକର୍ମୀ ନିୟୋଜିତ କରୁନି ଠିକାସଂସ୍ଥା  

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁରକ୍ଷା କର୍ମୀ ନିୟୋଜିତ କରିବାକୁ ଏକ ଠିକାସଂସ୍ଥା ଦୁଇବର୍ଷ ତଳୁ ଟେଣ୍ଡର ନେଇଥିଲେ ବି ଏଯାଏ...

କୀଟନାଶକ ଗନ୍ଧର ପ୍ରଭାବ: ୨ ଭଉଣୀ ପରେ ଆଉଜଣଙ୍କ ମୃତ୍ୟୁ

ଦିଗପହଣ୍ଡି,୨୯ା୧୨(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମ ତଳସାହିରେ ରହୁଥିବା ମୋହନ ରେଡ୍ଡୀଙ୍କ ୨ ନାତୁଣୀ ଟିକିନା (୬) ଓ ସୋମା(୯)ଙ୍କର ଶୁକ୍ରବାର...

ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୬.୫ ରେକର୍ଡ: ବଢ଼ୁଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ଆହୁରି ଅଧିକ ବଢ଼ିବା ସହ ତାପମାତ୍ରା ହ୍ରାସ ପାଇଛି। ସକାଳ ୮ଟା ସୁଦ୍ଧା ପାରଦ...

ଚାଉଳ ରିସାଇକ୍ଲିଂକୁ ପ୍ରୋତ୍ସାହନ

ଯାଜପୁର ଅଫିସ,୩୧ା୧: ଧାନ ସଂଗ୍ରହ ଓ ଚାଉଳ ଦାଖଲ ପ୍ରକ୍ରିୟାରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଏକାଧିକ ନିର୍ଦ୍ଦେଶକୁ ଜିଲା ଯୋଗାଣ ଅଧିକାରୀ(ସିଏସ୍‌ଓ)ମାନେ ଅବମାନନା କରୁଛନ୍ତି। ଚାଉଳ ରିସାଇକ୍ଲିଂ...

ଉପକୂଳ ଜଗିଛି ୧୦ ସୁନାମି ଆଲର୍ଟ ଟାୱାର

ମହାକାଳପଡ଼ା,୫ା୧୨(ଡି.ଏନ୍‌.ଏ.): ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବାତ୍ୟା ଭୟ ଲାଗି ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ବାତ୍ୟା ପ୍ରଭାବରେ ସମୁଦ୍ରରେ ଉଚ୍ଚ ଜୁଆର ଉଠି କୂଳ...

ସମ୍ପାଦକଙ୍କୁ ବହିଷ୍କାର କରିପାରିବ କମିଟି

ଯାଜପୁର ଅଫିସ,୧୪ା୧୧: ଯାଜପୁର ଜିଲା ଧର୍ମଶାଳା ବ୍ଲକ ମହିସରା ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ସମ୍ପାଦକ ଅମରେନ୍ଦ୍ର ରାଉତଙ୍କ ବିରୋଧରେ ଆର୍ଥିକ ଅନିୟମିତତା ଅଭିଯୋଗ...

Advertisement
Archives

Model This Week