ସୋସିଆଲ ମିଡିଆରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ଭାଇରାଲ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ମହାପ୍ରଭୁଙ୍କ କାର୍ତ୍ତିକ ଓ ଦାମୋଦର ବେଶର ଫଟୋ ଭାଇରାଲ ହେଉଛି। ତେବେ ଅକ୍ଟୋବର ୧୪ ତାରିଖରେ ପ୍ରଦୀପ୍ତ ପାତ୍ର ନାମକ ଜଣେ ବ୍ୟକ୍ତିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଏହି ଫଟୋ ଭାଇରାଲ ହୋଇଥିବା ସୂଚନା ମିଳିଛି।

କାର୍ତ୍ତିକ ମାସରେ ମହାପ୍ରଭୁଙ୍କ ଦାମୋଦର ବେଶ ଅନୁଷ୍ଠିତ ହୋଇଥାଏ। ମନ୍ଦିର ପ୍ରଶାସନ ଏବଂ ଏଏସ୍‌ଆଇ ପକ୍ଷରୁ କଡ଼ା ନଜର ରଖାଯାଇଥାଏ। ଏସବୁ ସତ୍ତ୍ୱେ କିଭଳି ଭାବେ ମୋବାଇଲ୍‌ରେ ଫଟୋ ଉଠାଯାଇ ଭାଇରାଲ ହେଉଛି ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ପ୍ରକାଶଯୋଗ୍ୟ, କିଛି ଦିନ ତଳେ ପୁରୀ ଶ୍ରୀମନ୍ଦିର ଭିତର ବେଢ଼ାର ଭିଡିଓ ଟିକ୍‌ଟକ୍‌ରେ ଭାଇରାଲ ହୋଇଥିଲା। ଜଣେ ଯୁବତୀ ନିଜ ଟିକ୍‌ଟକ୍‌ରେ ଭୋଗମଣ୍ଡପ ସମ୍ମୁଖର ଦୃଶ୍ୟ ଓ ଭୋଗ ପାଇଁ ଅବଢ଼ା ବୁହାଯିବା ସମୟର ଦୃଶ୍ୟକୁ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିଗାଁ’ରୁ ବନ୍ଧାହେଲେ ୨୦ ଜୁଆଡି: ୫ ଲକ୍ଷ ୪୪ ହଜାର ଟଙ୍କା ସହ…

ବ୍ରହ୍ମପୁର, ୪/୬(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ପୋଲିସ ବୁଧବାର ବିଳମ୍ବିତ ରାତିରେ ରୋହିଗାଁରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡାରେ ଚଢାଉ କରିଥିଲା। ସେଠାରୁ…

ବଳଭଦ୍ର ଜୈବିକ ଚାଷ ମିଶନ ପାଇଁ ଦାରିଙ୍ଗବାଡି ମନୋନୀତ:ଚାଷ ପାଇଁ ଅଣ୍ଟା ଭିଡ଼ିଲେ ଚାଷୀ

ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ): କାଳବୈଶାଖୀ ବର୍ଷା ଚାଷୀଙ୍କ ପାଇଁ ଆଣିଛି ଖୁସିର ମୂହୁର୍ତ୍ତ। ପ୍ରଚଣ୍ଡ ଖରାରେ ଚାଷ ଜମି ଫାଟି ଆଁ କରିଥିବାବେଳେ ଏବେ ବର୍ଷା…

ଅକାମୀ ହୋଇପଡ଼ିଛି ବିଦ୍ୟୁତ ଟ୍ରାନ୍ସଫର୍ମର: ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଆର. ଉଦୟଗିରି,୪।୬(ମନୋଜ କୁମାର ପାଢୀ):ଅକାମୀ ହୋଇଛି ବିଦ୍ୟୁତ ଟ୍ରାନ୍ସଫର୍ମର। ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗଜପତି ଜିଲା…

ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି…

ମିଲର୍ସଙ୍କ ମର୍ଜିରେ ଚାଲିଛି ଧାନକିଣା: ଗର୍ଜିଲେ ଚାଷୀ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ସପ୍ତାହକ ପରେ ଏହି ପ୍ରକ୍ରିୟାକୁ ମାସେ ବିତିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ…

ମମି ଶରୀରରେ ବଢୁଛନ୍ତି ଅଣୁଜୀବ: ୫,୩୦୦ ବର୍ଷ ପରେ ବି ଜୀବିତ

ବୋଲଜାନୋ (ଇଟାଲୀ),୪ା୬:ପ୍ରାୟ ୫,୩୦୦ ବର୍ଷ ପୂର୍ବେ ଇଟାଲୀର ଆଲ୍ପସ ପର୍ବତମାଳାରେ ଜଣେ ଶିକାରୀଙ୍କୁ ତୀର ମାରି ହତ୍ୟା କରାଯାଇଥିଲା। ବର୍ଷ ବର୍ଷ ଧରି ବରଫ ତଳେ ପୋତିହୋଇ…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ

ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri