ସୌଦି ଆରବରେ ଏବେ ଆଉ ନଷ୍ଟ ହେବନାହିଁ ଖାଦ୍ୟ

ରିୟାଦ,୧୬।୧୨: ସୌଦି ଆରବରେ ବହୁପରିମାଣରେ ଖାଦ୍ୟ ନଷ୍ଟ ହେଉଥିବା ଦେଖାଯାଏ। ଏହାର କାରଣ ହେଉଛି ଏମାନେ ଖାଇବା ସମୟରେ ବଡ ବଡ ଥାଳି ବ୍ୟବହାର କରିବା ସହ ଆଭିଜାତ୍ୟର ପ୍ରତୀକ ସ୍ବରୂପ ଏଥିରେ ବହୁ ପରିମାଣରେ ଖାଦ୍ୟ ପରସନ୍ତି। ଯାହା ଜଣେ ବ୍ୟକ୍ତିଙ୍କ ପାଇଁ ବହୁତ ଅଧିକ ହୋଇଥାଏ। ଫଳରେ ଅଧିକ ପରିମାଣର ଖାଦ୍ୟ ନଷ୍ଟ ହୋଇଥାଏ। ଏହାକୁ ନଜରରେ ରଖି ଏବେ ଅଦ୍ଦାମୀ ମଶାଲ ଅଲକାହରଶୀ ଏମିତି ଏକ ଥାଳି ତିଆରି କରିଛନ୍ତି ଯାହା ଫଳରେ ଲୋକେ ଆଉ ଅଧିକ ପରିମାଣର ଖାଦ୍ୟ ନଷ୍ଟ କରିପାରିବେ ନାହିଁ। କାରଣ ଥାଳିର ମଧ୍ୟ ଭାଗକୁ ଉଚ୍ଚା କରି ଦିଆଯାଇଛି। ଫଳରେ ପରସିବା ସମୟରେ ଏଥିରେ କମ୍‌ ଖାଦ୍ୟ ପରସା ଯିବ। ତେଣୁ ଜଣେ ବ୍ୟକ୍ତି ନ ଖାଇ ପାରିଲେ ବି ଅଧିକ ଖାଦ୍ୟ ବଳକା ରହି ଯିବ ନାହିଁ। ଏହି ଥାଳି ବ୍ୟବହାର କଲେ ୩୦ ପ୍ରତିଶତ ଖାଦ୍ୟ ନଷ୍ଟ ହେବାରୁ ବଞ୍ଚିଯିବ ବୋଲି ସେ କହିଛନ୍ତି। କୁହାଯାଏ ସୌଦି ଆରବରେ ପ୍ରତି ଘରେ ବର୍ଷକୁ ପାଖାପାଖି ୨୬୦ କିଲୋଗ୍ରାମ ଖାଦ୍ୟ ନଷ୍ଟ ହୋଇଥାଏ। ହେଲେ ଏବେ ଘରେ ଓ ବିଭିନ୍ନ ହୋଟେଲରେ ଏହି ସ୍ବତନ୍ତ୍ର ଥାଳି ବ୍ୟବହାର କରିବା ଫଳରେ ଆଭିଜାତ୍ୟରେ କୌଣସି ଅସୁବିଧା ସୃଷ୍ଟି ହୋଇ ନ ଥିବା ବେଳେ ପ୍ରାୟ ୩ ହଜାର ଟନ୍‌ ଚାଉଳ ବଞ୍ଚାଇ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri