ସୌଦି ରାଜପରିବାରର ୩ ଅଟକ

ରିୟାଧ,୮।୩(ପି.ଟି.): ସୌଦି ଆରବ କ୍ରାଉନ୍‌ ପ୍ରିନ୍ସ ମହମ୍ମଦ ବିନ୍‌ ସଲ୍‌ମାନଙ୍କ ବିରୋଧରେ ବିଦ୍ରୋହ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ରାଜ ପରିବାରର ଦୁଇ ବରିଷ୍ଠ ଯୁବରାଜଙ୍କ ସମେତ ୩ ଜଣଙ୍କୁ ଅଟକ ରଖାଯାଇଛି। ଅନ୍ୟପକ୍ଷରେ କ୍ରାଉନ୍‌ ପ୍ରିନ୍ସ ପୁଣିଥରେ ତାଙ୍କ ହାତମୁଠା ମଜଭୁତ କରିବା ଲାଗି ଉଦ୍ୟମ କରୁଥିବା କୁହାଯାଉଛି। ରାଜା ସଲମାନଙ୍କ ଭାଇ ପ୍ରିନ୍ସ ଅହମଦ ବିନ୍‌ ଅବଦୁଲ୍ଲାଜିଜ୍‌ ଅଲ୍‌-ସୌଦ, ପୁତୁରା ପ୍ରିନ୍ସ ମହମ୍ମଦ ବିନ୍‌ ନାୟେଫ୍‌ଙ୍କୁ ସୁରକ୍ଷାକର୍ମୀମାନେ ଶୁକ୍ରବାର ସେମାନଙ୍କ ଘରୁ ଉଠାଇନେଇଛନ୍ତି। ସେମାନଙ୍କ ବିରୋଧରେ ଦେଶଦ୍ରୋହ ଅଭିଯୋଗ ହୋଇଥିଲା ବୋଲି ଗଣମାଧ୍ୟମରେ ପ୍ରକାଶ ପାଇଛି। ପ୍ରିନ୍ସ ନାୟେଫ୍‌ଙ୍କ ସାନଭାଇ ନଓ୍ବାଫ ବିନ୍‌ ନାୟେଫଙ୍କୁ ମଧ୍ୟ ଅଟକ ରଖାଯାଇଛି। ପୂର୍ବରୁ କ୍ରାଉନ ପ୍ରିନ୍ସ ନିଜ କ୍ଷମତା ବଢ଼ାଇବା ପାଇଁ କେତେକ ପ୍ରମୁଖ ମୌଲବୀ, କର୍ମୀ, ପ୍ରିନ୍ସ ଓ ବ୍ୟବସାୟୀଙ୍କୁ ବନ୍ଦୀ କରିଥିଲେ। ୨୦୧୮ ଅକ୍ଟୋବରରେ ଇସ୍ତାନବୁଲ୍‌ ବାଣିଜି୍ୟକ ଦୂତାବାସରେ ସମାଲୋଚକ ଜମାଲ ଖାଶୋଗୀଙ୍କୁ ହତ୍ୟା ଘଟଣାରେ ପ୍ରିନ୍ସ ମହମ୍ମଦ ଅନ୍ତର୍ଜାତୀୟ ସ୍ତରରେ ନିନ୍ଦିତ ହୋଇଥିଲେ। ୨୦୧୭ ଜୁନ୍‌ରେ ପୂର୍ବତନ କ୍ରାଉନ୍‌ ପ୍ରିନ୍ସ ନାୟେଫ୍‌ଙ୍କୁ ପଛରେ ପକାଇ ପ୍ରିନ୍ସ ମହମ୍ମଦ ଆରବ ରାଜ ସିଂହାସନର ଉତ୍ତରାଧିକାରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri