ସୌରମଣ୍ଡଳ ବାହାର ଉପଗ୍ରହରେ ଜଳ

ଲଣ୍ଡନ,୮ା୬(ପି.ଟି.): ଆମ ସୌରମଣ୍ଡଳ ବାହାରେ ଗ୍ରହ ଚାରିପାଖେ ଘୂରିବୁଲୁଥିବା ଉପଗ୍ରହ(ଚନ୍ଦ୍ର)ରେ ଜଳ ତରଳ ଅବସ୍ଥାରେ ଥାଇପାରେ। ଏଥିପାଇଁ ପୃଥିବୀ ବାହାରେ ଜୀବନ ତିଷ୍ଠିବା ସମ୍ଭବପର ବୋଲି ଏକ ଅଧ୍ୟୟନରେ କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ଆମ ସୌରମଣ୍ଡଳ ବାହାରେ ପାଖାପାଖି ୪,୦୦୦ ଉପଗ୍ରହ ଆବିଷ୍କାର କରାଯାଇଥିବା ବ୍ରିଟେନ୍‌ସ୍ଥିତ ଲିଙ୍କନ୍‌ ୟୁନିଭର୍ସିଟିର ଗବେଷକମାନେ ମତ ଦେଇଛନ୍ତି। କେବଳ କେତୋଟି ଉପଗ୍ରହ ବାସଯୋଗ୍ୟ ଅବସ୍ଥିତିରେ ଥିବାରୁ ସେଗୁଡିକରେ ଜୀବନଧାରଣ ସମ୍ଭବ। ଏହିସବୁ ଉପଗ୍ରହରେ ଜଳ ତରଳ ଅବସ୍ଥାରେ ଥିବାରୁ ସେଠାରେ ପୃଥିବୀ ପରି ଜୀବନଧାରଣ ସମ୍ଭବ ବୋଲି ଲିଙ୍କନ ୟୁନିଭର୍ସିଟିର ଗବେଷକ ଫିଲ୍‌ ଜେ. ସଟନ୍‌ ପ୍ରକାଶ କରିଛନ୍ତି।
ନୋଟିସେସ୍‌ ଅଫ୍‌ ଦି ରୟାଲ ଆଷ୍ଟ୍ରୋନୋମିକାଲ ସୋସାଇଟି ଜର୍ନାଲ୍‌ରେ ଏ ସମ୍ପର୍କିତ ବିସ୍ତୃତ ଅଧ୍ୟୟନ ପ୍ରକାଶ ପାଇଛି। ପୃଥିବୀଠାରୁ ଅତି ଦୂରରେ ଥିବା ଏବଂ ଆକୃତି ଛୋଟ ହୋଇଥିବାରୁ ସୌରମଣ୍ଡଳ ବାହାର ଚନ୍ଦ୍ରଗୁଡିକୁ ଠାବ କରିବା କଷ୍ଟକର। କିନ୍ତୁ ବୈଜ୍ଞାନିକମାନେ ଚନ୍ଦ୍ରର ଚାରିପାଖରେ ପ୍ଲାନେଟାରି ରିଙ୍ଗ୍‌ ଭଳି ବସ୍ତୁର ପ୍ରଭାବକୁ ଲକ୍ଷ୍ୟ କରି ସେଗୁଡିକୁ ଚିହ୍ନଟ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri