ସୌରିକ ଯୁବ ମହୋତ୍ସବ ପ୍ରସ୍ତୁତି ବୈଠକ

କାଳିଆପାଣି,୫ା୧୨(ଡି.ଏନ୍‌.ଏ.): କାଳିଆପାଣିସ୍ଥିତ ଖଣି ନିଗମ ଅତିଥିଶାଳାରେ ବୁଧବାର ୫ମ ବାର୍ଷିକ ସୌରିକ ଯୁବ ମହୋତ୍ସବ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ ଶ୍ରମିକ ନେତା ନାରାୟଣ ଚନ୍ଦ୍ର ଧୀରଙ୍କ ସଭାପତିତ୍ୱରେ ବୈଠକ ହୋଇଥିଲା। ଏହି ଅବସରରେ ୨୦୨୦ ଜାନୁୟାରୀ ୮ରୁ ୧୨ ତାରିଖ ୫ ଦିନଧରି ମହୋତ୍ସବ ଅନୁଷ୍ଠିତ ହେବ। ଏଥିରେ ଶହେରୁ ଊର୍ଦ୍ଧ୍ୱ ଷ୍ଟଲ, ବିଭିନ୍ନ ଦୋଳି ସାଙ୍ଗକୁ ଉନ୍ନତମାନର ଲାଇଟ ସାଜସଜ୍ଜା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି। ମହୋତ୍ସବର ପ୍ରଥମ ଦିନରେ ଦିନତମାମ ବିଭିନ୍ନ କାର୍ଯ୍ୟକ୍ରମ କରାଯିବା ସହ ରାତିରେ ସ୍ଥାନୀୟ ଅଞ୍ଚଳର କଳାକାର ନିଜ ପ୍ରତିଭା ମାଧ୍ୟମରେ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରିବେ। ଅନ୍ୟ ଦିନଗୁଡିକରେ ରାଜ୍ୟ ଓ ରାଜ୍ୟ ବାହାରର ବହୁ ନାମୀଦାମୀ କଳାକାର କଳା ପ୍ରଦର୍ଶନ କରିବେ। ପ୍ରତିଦିନ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ଗ୍ରାମର ଯୁବପ୍ରତିଭା, ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ରଙ୍କ ଦ୍ୱାରା କଳା ପ୍ରଦର୍ଶନ ସହିତ ଅଞ୍ଚଳର ସଂସ୍କୃତି, ଆଦିବାସୀ ଲୋକ ନୃତ୍ୟ ପ୍ରଦର୍ଶନ କରିବା ପାଇଁ ସ୍ଥିର ହୋଇଥିବା ବେଳେ ପ୍ରଚାର ପ୍ରସାର ପାଇଁ ଗୁରୁତ୍ୱ ଦିଆଯାଇଛି। ମହୋତ୍ସବରେ ସ୍କୁଲ, କଲେଜ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା କରାଯାଇ ପୁରସ୍କୃତ କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ଏଥିସହ ଜିଲା ଓ ରାଜ୍ୟସ୍ତରରେ ସଫଳତା ହାସଲ କରିଥିବା ବ୍ୟକ୍ତି ବିଶେଷଙ୍କୁ ସୌରିକ ସମ୍ମାନରେ ସମ୍ମାନିତ କରାଯିବାକୁ ବୈଠକରେ ସ୍ଥିର କରାଯାଇଛି। ଏହି ବୈଠକରେ ଟାଟା କମ୍ପାନୀ ଖଣି ମୁଖ୍ୟ ରାଜେଶ ପଟେଲ, ଇମ୍ଫା ଖଣି ଉପସଭାପତି ସୁଧାଂଶୁ ପାଟନୀ, ଲୋକସମ୍ପର୍କ ପରିଚାଳକ ଜଗନମୋହନ ମଲ୍ଲିକ, ଓଡ଼ିଶା ଖଣି ନିଗମ ଆଞ୍ଚଳିକ ପରିଚାଳକ ମନୋଜ ପତି, ପରିଚାଳକ କାଠି ପ୍ରଧାନ, ବାଲେଶ୍ୱର ଆଲଏଜ ମ୍ୟାନେଜର ତାରିଣୀ ମହାନ୍ତି, ଫେକର ଲୋକସମ୍ପର୍କ ଅଧିକାରୀ ଶୁଶାନ୍ତ ସାହୁ, ବିଶ୍ୱଜିତ୍‌ ନାୟକ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଖଣି ଅଞ୍ଚଳରେ କାର୍ଯ୍ୟକରୁଥିବା ଏଇଏସିସି, ଇକଜିମ, ପଲ୍ଲବୀ ସିଣ୍ଡିକେଟ, କାଣ୍ଡୋଇ, ବହୁ ପରିବହନ ସଂସ୍ଥା ଓ ଖଣି ଠିକାଦାର, ଜନପ୍ରତିନିଧି ଜିଲାପରିସଦ ସଭ୍ୟ ପ୍ରତାପ ପାତ୍ର, ଭଗବତୀ ମହାନ୍ତ, ବିଦ୍ୟାଧର ପାତ୍ର, ସରପଞ୍ଚ ବିଶ୍ୱଜିତ ମହାନ୍ତି, ସବିତା ମହାନ୍ତ, ମନୋରମା ନାୟକ, ସୁଭସ୍ମ୍ମିତା ପାତ୍ର ଓ କାଳିଆପାଣି ଥାନା ଅଧିକାରୀ ରମାକାନ୍ତ ମୁଦୁଲି, ଯୁବନେତା ପ୍ରଭାତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା ଏବଂ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରୁ ବାଦ ଦେବାର ପ୍ରକୃତ କାରଣ କହିଲେ ଶ୍ରେୟସ ଆୟର, ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୨।୭: ଶନିବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ରେ ଭାରତୀୟ ଦଳ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଏକାଦଶରୁ ବାଦ ଦେଇଥିଲା। ସଞ୍ଜୁ ସାମସନ ତିନୋଟି ମ୍ୟାଚ…

ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍‌ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…

ରଥଯାତ୍ରା ଡ୍ୟୁଟିରେ ଆସିଥିବା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ

ସାକ୍ଷୀଗୋପାଳ, ୧୨।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରଥଯାତ୍ରା ଡ୍ୟୁଟିରେ ପୁରୀ ଆସିଥିବା ଜଣେ ହୋମଗାର୍ଡଙ୍କର ଶନିବାର ରାତିରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri